ଅଲ ଓଡିଶା ବିଚ କୁସ୍ତି ଚମ୍ପିୟନସିପ୍ ଆୟୋଜନ

0 2

ପୁରୀରେ ଆସନ୍ତା ୨୫ ଓ ୨୬ ତାରିଖ ଦୁଇଦିନ ଧରି ନିଳାଦ୍ରୀ ବେଳାଭୂମିରେ ଅଲ ଓଡିଶା ବିଚ କୁସ୍ତି ଚମ୍ପିୟନସିପ୍ ଅନୁଷ୍ଠିତ ହେବ । ଜିଲ୍ଲା ପ୍ରଶାସନ, ଜିଲ୍ଲା କ୍ରୀଡା ସଂସଦ, ଓଡିଶା କୁସ୍ତି ସଂଘ ଓ ଜିଲ୍ଲାର ସମସ୍ତ ଯାଗା ଓ ଆଖଡାର ମିଳିତ ଆନୁକୂଲ୍ୟରେ ଏହି ଚମ୍ପିୟନସିପ୍ ଆୟୋଜନ କରାଯାଇଛି । ଏ ସଂପର୍କରେ ପୁରୀ ପୌରସଂସ୍ଥା ନିର୍ବାହୀ ଅଧିକାରୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଉକ୍ତ ଦୁଇଦିନ ଅପରାହ୍ନ ୪ ଘଟିକା ସହ ୨୬ ତାରିଖ ସକାଳ ୭ ଘଟିକାରେ ଏହି ପ୍ରତିଯୋଗିତା ହେବ । ୧୨ ରୁ ୧୫, ୧୬ ରୁ ୧୮ ଏବଂ ୧୯ ବର୍ଷ ବୟସରୁ ଉର୍ଦ୍ଧ୍ବ ଉଭୟ ବାଳକ ଓ ବାଳିକା , ପୁରୁଷ ଏବଂ ମହିଳା ବିଭାଗରେ ପ୍ରତିଯୋଗିତା ହେବ । ପ୍ରତ୍ୟେକ ବିଭାଗର ବିଜେତାଙ୍କୁ ୫ ହଜାର ଓ ରନର୍ସଙ୍କୁ ୩ ହଜାର ଟଙ୍କା ପୁରସ୍କାର ରାଶି ସହ ସ୍ପୋର୍ଟ୍ସ କିଟ ପ୍ରଦାନ କରାଯିବ । ଏଥିରେ ସାରା ରାଜ୍ୟର ପ୍ରାୟ ୨୦୦ ଜଣ ପ୍ରତିଯୋଗୀ ଭାଗ ନେବେ । ମ୍ୟାଚ ପରିଚାଳନା ପାଇଁ ୩୦ ଜଣ ଅଫିସିଆଲ ଓ ୨୦ ଜଣ ସ୍ବେଚ୍ଛାସେବୀ ନିୟୋଜିତ ହେବେ ।
ଏହି ଅବସରରେ ଜିଲ୍ଲା କ୍ରୀଡାଧିକାରୀ ଶ୍ରୀ ଚନ୍ଦନ କୁମାର ସାହୁ, ଜିଲ୍ଲା କ୍ରୀଡା ସଂସଦ ସଂପାଦକ ଶ୍ରୀ ରବି ଶଙ୍କର ପ୍ରତିହାରୀ, ଫିଡବ୍ୟାକ ଫାଉଣ୍ଟେସନର ଶ୍ରୀ ଜ୍ୟୋତିପ୍ରକାଶ, ଓଏସଡି ଶ୍ରୀ ସନ୍ତୋଷ କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )

Leave A Reply

Your email address will not be published.