August 21, 2026
Home » ଆକାଶ ଜେନା ହତ୍ୟାକାଣ୍ଡ ରେ ଆଉ ୩ ଗିରଫ, ମରଣାସ୍ତ୍ର ସହ ୨ ବୁଲେଟ ଜବତ

ଆକାଶ ଜେନା ହତ୍ୟାକାଣ୍ଡ ରେ ଆଉ ୩ ଗିରଫ, ମରଣାସ୍ତ୍ର ସହ ୨ ବୁଲେଟ ଜବତ

0
WhatsApp Image 2026-05-07 at 12.32.41 PM

ପୋଲସରା : ପୋଲସରା ଥାନା ଅନ୍ତର୍ଗତ ବାଲିଘାଇ ଗ୍ରାମରେ ବରଯାତ୍ରୀ ଶୋଭାଯାତ୍ରା ରେ ନାଗୀନ୍‌ ଗୀତ ବଜାଇବାକୁ ନେଇ ଘଟିଥିଲା ଏକ ଜଘନ୍ୟ ହତ୍ୟାକାଣ୍ଡ। ଏହି ଘଟଣାରେ ଶନିବାର ପୋଲସରା ପୁଲିସ ଆଉ ୩ ଜଣ ଅଭିଯୁକ୍ତ କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଗିରଫ ଅଭିଯୁକ୍ତ ମାନେ ହେଲେ ପୋଲସରା ଥାନା ରାଣୀପଡ଼ା ହରି ଅର୍ଜୁନ ସାହିର ତପୁ ଜେନା, ପୋଲସରା ଥାନା ଲୁଣିଘାଟି ର ଶୁଭମ ଭୂୟାଁ ଓ କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ପୋଲସରା ବ୍ଲକ କୁଆନନ୍ଦ ଗ୍ରାମର ରାହୁଲ ବେହେରା । ସମସ୍ତ ୩ ଅଭିଯୁକ୍ତ ଭୁବନେଶ୍ୱର ରେ ଆତ୍ମଗୋପନ କରିଥିବା ପୁଲିସ ସୂଚନା ପାଇ ଗିରଫ କରିଥିଲା। ପୁଲିସ ସେମାନଙ୍କ ନିକଟରୁ ୨ ଟି ଖଣ୍ଡା, ଗୋଟିଏ ଲୁହା ରଡ଼, ୨ ଟି ବୁଲେଟ ଗାଡି ଏବଂ ୩ଟି ମୋବାଇଲ ଫୋନ ଜବତ କରିଛି। ସୂଚନା ଯେ ଗତ ଏପ୍ରିଲ ମାସ ୨୫ ତାରିଖ ରେ ବଡଭାଇ ରିଙ୍କୁ ଜେନାର ବାହାଘର ଶୋଭାଯାତ୍ରା ବେଳେ ସାନଭାଇ ଆକାଶ ଜେନାଙ୍କୁ ହତ୍ୟା କରିଥିଲେ ଡିଜେ ଚାଳକ ଓ ତାର ସହଯୋଗୀ । ଏହାପରେ ଗ୍ରାମବାସି ଆକାଶ ମୃତ୍ୟୁ ଘଟଣାର ମୁଖ୍ୟ ଅଭିଯୁକ୍ତ କୁ ଫାଶୀଦଣ୍ଡ ସହ ଅନ୍ୟ ଅଭିଯୁକ୍ତ ଙ୍କୁ ତୁରନ୍ତ ଗିରଫ କରି କଠୋର ଦଣ୍ଡ ଦେବା ପାଇଁ ପୋଲସରା ମୁଖ୍ୟ ରାସ୍ତା ଫରେଷ୍ଟ କଲୋନୀ ଛକ ରେ ରାସ୍ତା ଅବରୋଧ କରି ପ୍ରତିବାଦ କରିଥିଲେ। ପରେ ପୁଲିସ ଲିଖିତ ପ୍ରତିଶୃତି ଦେଇ ସମସ୍ତ ଅଭିଯୁକ୍ତ ଙ୍କୁ ଗିରଫ କରାଯିବ ବୋଲି ପ୍ରତିବାଦ କାରୀଙ୍କୁ ବୁଝାଇଥିଲେ । ବର୍ତମାନ ସୁଦ୍ଧା ଏହି ଘଟଣାରେ ୧୨ ଜଣ ଗିରଫ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଜଣେ ନାବାଳକ ଅଛନ୍ତି। ଆଗକୁ ଗିରଫ ଙ୍କ ସଂଖ୍ୟା ବଢିବା ସହ ପୁରା ଘଟଣାର ସତ୍ୟାସତ୍ୟ ଜଣାପଡିବ ବୋଲି ଥାନାଧିକାରୀ କୌଶିକ ମାଝୀ ସୂଚନା ଦେଇଛନ୍ତି।

polasararu hrusikesh nayak nka report

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed