August 21, 2026
Home » ଆଠଗଡ ସହରର ବିକାଶ ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତି କର୍ମଶାଳା।

ଆଠଗଡ ସହରର ବିକାଶ ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତି କର୍ମଶାଳା।

0
WhatsApp Image 2026-01-18 at 8.48.06 PM

ଆଠଗଡ:ଆଗାମୀ ୫୦ ବର୍ଷକୁ ଦୃଷ୍ଟିରେ ରଖି ସହରର ଉନ୍ନତିକରଣ ପାଇଁ ପ୍ରସ୍ତୁତ ହୋଇଥିବା ମାଷ୍ଟର ପ୍ଲାନ ପାଇଁ ଏକ ସମୀକ୍ଷା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।ସହରର ଉନ୍ନତିକରଣ ଓ ବର୍ଷାଜଳ ନିଷ୍କାସନ ସହିତ ବର୍ଦ୍ଧିତ ଜନସଂଖ୍ୟା କୁ ଦୃଷ୍ଟିରେ ରଖି ଏକ ଦୀର୍ଘମିଆଦି ମାଷ୍ଟର ପ୍ଲାନ ପ୍ରସ୍ତୁତ ପାଇଁ ଏହି କର୍ମଶାଳାର ଆୟୋଜନ କରାଯାଇଥିଲା। ଏନଏ ସି ଅଧ୍ୟକ୍ଷା ଶ୍ରୀମତୀ ସସ୍ମିତା ରାଉତ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କର୍ମଶାଳା ରେ ପ୍ରସ୍ତୁତ ହୋଇଥିବା ମାଷ୍ଟରପ୍ଲାନ ସଂକ୍ରାନ୍ତରେ ଅଭିଯୋଗ ଓ ମତାମତ ଲୋଡାଯାଇଥିଲା।ଏହି କର୍ମଶାଳା ରେ ଡେପୁଟି କଲେକ୍ଟର ପ୍ରଭୂଦତ୍ତ ପ୍ରଧାନ ,ତହସିଲଦାର କୁଞ୍ଜବିହାରୀ ବଡ଼ଜେନା,ନିର୍ବାହୀ ଅଧିକାରୀ ବଳୟ ଦେହୁରୀ ,ସାଂସଦ ଙ୍କ ପ୍ରତିନିଧି ସରୋଜ କୁମାର ଦାସ ଓ ବିଭାଗୀୟ ଅଧିକାରୀ ,ମାଷ୍ଟରପ୍ଲାନ ପ୍ରସ୍ତୁତ କରିଥିବା ଘରୋଇ ସଂସ୍ଥାର ଅଧିକାରୀ ଯୋଗଦେଇଥିଲେ।ଆର.ଭି. ଇଞ୍ଜିନିୟରିଂ କନସଲଟାଣ୍ଟ ପକ୍ଷରୁ ସର୍ଭେ କରାଯାଇ ପ୍ରାରମ୍ଭିକ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ ହୋଇଛି।ପ୍ରାଥମିକ ସର୍ଭେ କୁ ଜନସାଧାରଣ ଙ୍କ ଉଦ୍ଦେଶ୍ୟରେ ଅବଗତି କରିବା ସହ ମତାମତ ଦେବାକୁ ଅନୁରୋଧ କରାଯାଇଥିଲା।ମାଷ୍ଟର ପ୍ଲାନ୍ ପ୍ରସ୍ତୁତି ପାଇଁ ୨୬ ଲକ୍ଷ ୯୭ ହଜାର ୮୨୪ ଟଙ୍କା ଖର୍ଚ୍ଚ ଅଟକଳ କରାଯାଇଛି। ଆଠଗଡ ସହର ବିକାଶ ପାଇଁ ସହକାରୀ ଯନ୍ତ୍ରୀ ଆଠଗଡ ଜନସାଧାରଣ ଙ୍କ ସହଯୋଗ ଲୋଡିଥିଲେ। ଉପନଗରପାଳ ବି.ସୁଭ୍ରଶଙ୍କର ଜ୍ୟୋତି ଧନ୍ୟବାଦ୍ ପ୍ରଦାନ କରିଥିଲେ।

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।