February 12, 2025
Home » ଆରମ୍ଭ ହେଲା ଗୁପ୍ତଗୁଣ୍ଡିଚା

 

ଶାରଦୀୟ ଦୂର୍ଗ ଉତ୍ସବ ଅବସରରେ ଶ୍ରୀକ୍ଷେତ୍ରରେ ଆଜିଠୁ ମହାପ୍ରଭୁଙ୍କ ଆରମ୍ଭ ହୋଇଛି ଗୁପ୍ତଗୁଣ୍ଡିଚା | ଦୁର୍ଗାମାଧବ ଉପାସନାର ପ୍ରତୀକ ସ୍ୱରୂପ ଶ୍ରୀଜଗନ୍ନାଥ ଗୁପ୍ତଗୁଣ୍ଡିଚାରେ ମା ମହାଲକ୍ଷ୍ମୀ ସ୍ଵରୁପା ମା ଦୁର୍ଗାଙ୍କୁ ନେଇ ଦୋଳମଣ୍ଡପ ସାହି ସ୍ଥିତ ନାରାୟଣୀ ମନ୍ଦିରକୁ ବିଜେ କରିଛନ୍ତି | ମା ଲକ୍ଷ୍ମୀଙ୍କୁ ପବିତ୍ର ରଥଯାତ୍ରା ସମୟରେ ଶ୍ରୀଜୀଉମାନେ ଗୁଣ୍ଡିଚା ଘରକୁ ନେଇନଥିବା ବେଳେ ନୀଳାଦ୍ରିବିଜେ ସମୟରେ ଅଭିମାନିନୀ ମା ଲକ୍ଷ୍ମୀଙ୍କୁ ଗୁପ୍ତଗୁଣ୍ଡିଚାରେ ଯିବା ପାଇଁ ପ୍ରତିଶୃତି ଦେଇଥିଲେ ପ୍ରଭୁ ଶ୍ରୀଜଗନ୍ନାଥ | ତେବେ ସେହି ପ୍ରତିଶୃତି, ସଂସ୍କୃତି ଓ ପରମ୍ପରାକୁ ରକ୍ଷା କରି ଏହି ଗୁପ୍ତଗୁଣ୍ଡିଚା ଅନୁଷ୍ଠିତ ହେବାର ପରମ୍ପରା ରହିଥିବା ଗବେଷକ ମତ ଦେଇଛନ୍ତି |

ଦୁର୍ଗା ମାଧବ ଉପାସନାର ଅନନ୍ୟ ଐତିହ୍ୟ କ୍ଷେତ୍ରର ନାରାୟଣୀ ମନ୍ଦିର । ଆଶ୍ବିନ ମାସରେ ଷୋଳପୂଜା ସମୟରେ ପ୍ରଥମ ଆଠ ଦିନ ଦୁର୍ଗା ମାଧବ ଶ୍ରୀମନ୍ଦିର ପରିସରରେ ଥିବା ମା ବିମଳାଙ୍କ ମନ୍ଦିର ଜଗମୋହନରେ ପୂଜା ପାଉଥିବା ବେଳେ ଶେଷ ୮ ଦିନ ଏହି ନାରାୟଣୀ ମନ୍ଦିରକୁ ଆସନ୍ତି। ଶାରଦୀୟ ଦୁର୍ଗାପୂଜା ପରିପ୍ରେକ୍ଷୀରେ ଗଇଁଠାଳ ପଡ଼ି ଦୁର୍ଗାମାଧବ ଏକତ୍ର ପୂଜା ପାଇବା ଏହି ମନ୍ଦିର ଭିନ୍ନ ଅନ୍ୟ କେଉଁଠାରେ ଦେଖିବାକୁ ମିଳେ ନାହିଁ। ସେଥିପାଇଁ ଏହା ଶାକ୍ତ ଗୁଣ୍ଡିଚା ବା ଗୁପ୍ତ ଗୁଣ୍ଡିଚା ଭାବେ ଅଭିହିତ।
ଶ୍ରୀମନ୍ଦିରରୁ ଦୁର୍ଗା ମାଧବ ଏହି ମନ୍ଦିରକୁ ଷୋଳପୂଜା ସମୟରେ ଶେଷ ଆଠଦିନ ଏକ ରଥାକୃତି ବିମାନରେ ଆସିବା ସହ ମାଣ୍ଡୁଅ ଭୋଗ ଖାଇଥାନ୍ତି । ଶ୍ରୀମନ୍ଦିରରେ ଚନ୍ଦନଲାଗି ବଢିବା ପରେ ଦୁର୍ଗାମାଧବ ପାଲିଙ୍କିରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତନ କରିଥାନ୍ତି |

Leave a Reply

Your email address will not be published. Required fields are marked *