December 22, 2024
Home » ଆରମ୍ଭ ହୋଇଛି ରଥଯାତ୍ରାର ପକ୍ରିୟା

। ରଥ କାଠ ଚିହ୍ନଟ ନେଇ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ରଥ ତତ୍ତ୍ବାବଧାରକ ସୁଦର୍ଶନ ମେକାପଙ୍କ ନେତୃତ୍ୱରେ ଏକ ୩ ଜଣିଆ ଟିମ ନୟାଗଡର ଦଶପଲ୍ଲା ରେଞ୍ଜର ବଡମୂଳର ବଡରାଉଳ ଠାକୁରାଣୀଙ୍କ ମନ୍ଦିରକୁ ଯାତ୍ରା କରିଛନ୍ତି। ଶ୍ରୀମନ୍ଦିରରୁ ମାଳ ମାହାର୍ଦ୍ଦ, ନଡିଆ, ପତନୀ, ସିନ୍ଦୁର, ଦୀପ, ନୈବେଦ୍ୟ ନେଇ ଯାତ୍ରା କରିଛନ୍ତି। ଏହି ଟିମରେ ରଥ ନିର୍ମାଣର ବରିଷ୍ଠ ତତ୍ତ୍ବାବଧାରକ ସୁଦର୍ଶନ ମେକାପ, ରଥ ଅମିନ, ଭୋଇ ସର୍ଦ୍ଦାର ରବି ଭୋଇ ରହିଛନ୍ତି।

ବଡରାଉଳ ଠାକୁରାଣୀ ମନ୍ଦିରରେ ପୂଜାର୍ଚ୍ଚନା କରାଯିବା ପରେ ଠାକୁରାଣୀଙ୍କ ଅନୁମତି ନେଇ ରଥକାଠ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହେବ ।ତିନି ରଥ ନିର୍ମାଣ ପାଇଁ ୮୬୫ କାଠର ଆବଶ୍ୟକତା ରହିଛି। ଶ୍ରୀମନ୍ଦିର ପ୍ରଶାସନ ପାଖରେ ପୂର୍ବବର୍ଷର ୫୧ ଖଣ୍ଡ କାଠ ବଳକା ରହିଥିବା ବେଳେ ଚଳିତ ବର୍ଷ ମୋଟ ୮୧୪କାଠର ଆବଶ୍ୟକତା ରହିଛି। ଆସନ୍ତା ସରସ୍ୱତୀ ପୂଜାରେ ତିନି ଖଣ୍ଡ 12 ଫୁଟିଆ ଧଉରା କାଠ ରଥ ଖଳାରେ ପୂଜାର୍ଚ୍ଚନା କରାଯିବ।

ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *

You may have missed