February 12, 2026
Home » ଉଲୁଣ୍ଡା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଉଲୁଣ୍ଡା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
WhatsApp Image 2024-12-09 at 5.35.08 PM (2)

ସୁବର୍ଣ୍ଣପୁର– ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ରାମପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୧ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୯ ଗୋଟି ଗ୍ରହଣ କରାଯାଇଥିବା ବେଳେ ୨୨ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି ଏବଂ ଶିବିରରେ ୦୨ଗୋଟି ର ସମାଧାନ କରାଯାଇଛି। ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।

ବିଡିଓ କରିସ୍ମା ବେସ୍ରାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର , ଜିଲ୍ଲା ମୁଖ୍ୟ ଜନ ସ୍ୱାସ୍ଥ୍ୟଧିକାରୀ ଡା. ପ୍ରଦୀପ କୁମାର ଗୁରୁ , ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ, ଆର ଡବ୍ଲୁ ଏସ ଏସ ଅଧିକ୍ଷଣ ଯନ୍ତ୍ରୀ ତପନ ପଧାନ,ଜିଲ୍ଲା ଅବକାରୀ ଅଧିକ୍ଷକ ପ୍ରବୀର କୁମାର ସାମଲ,ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଅନୁପମା ପଣ୍ଡା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ , ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ,ଜିଲ୍ଲା ଶ୍ରମ ଅଧିକାରୀ ସବିତା କୁମାରୀ ନାୟକ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାସ, ତହସିଲଦାର ଉଲୁଣ୍ଡା ପ୍ରଶାନ୍ତ ମହାରଣା ଙ୍କ ସହ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

ରିପୋର୍ଟ – ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

Leave a Reply

Your email address will not be published. Required fields are marked *