July 6, 2025
Home » ଏରସମା ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ଏରସମା ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

0
WhatsApp Image 2024-11-12 at 7.01.22 AM

ଜଗତସିଂହପୁର,/ତିର୍ତୋଲ: ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଏରସମା ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜ଼ିଲ୍ଲା ପରିଷଦ ର ମୁଖ୍ୟ ବିକାଶ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

ଆଜି ମୋଟ ୧୮୩ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୬୮ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୫ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୦୬ ଟି, ଆବାସ ଯୋଜନା ସମର୍କୀୟ ୬୮ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୩୪ ଟି, ପେନସନ ପାଇବା ପାଇଁ ୧୭ ଟି, ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ସହାୟତା ପାଇଁ ୦୩ ଟି ,ପୋଲିସ ସହାୟତା ପାଇବା ପାଇଁ ୦୩ ଟି, ଏବଂ ଅନ୍ୟାନ୍ୟ ୩୬ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୦୧ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭବାନୀ ଶଙ୍କର ଉଦଗାତା, ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏରସମା , ତହସିଲଦାର, ଏରସମା, ଏରସମା ବ୍ଲକ ଅଧ୍ୟକ୍ଷା,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

ତିର୍ତୋଲ ଈପିଏ ରୁ ଶ୍ରୀବତ୍ସ ପାଢ଼ୀ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *