August 20, 2026
Home » ଏସ ଆଇ ଆର ୩୦୨୬ ସମ୍ପର୍କିତ ଦାବି ଓ ଆପତ୍ତି ପ୍ରକ୍ରିୟାର ସମୀକ୍ଷା ବୈଠକ

ଏସ ଆଇ ଆର ୩୦୨୬ ସମ୍ପର୍କିତ ଦାବି ଓ ଆପତ୍ତି ପ୍ରକ୍ରିୟାର ସମୀକ୍ଷା ବୈଠକ

0
1001236293
 ।
ନୟାଗଡ଼( ଇପିଏ ) ନୟାଗଡ଼ ଜିଲ୍ଲାରେ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଜିଲ୍ଲାପାଳ ମଧୁମିତା ରଥଙ୍କ ଅଧ୍ୟକ୍ଷତାରେ ଏସ ଆଇ ଆର ୨୦୨୬ ସମ୍ପର୍କିତ ଦାବି ଓ ଆପତ୍ତି ପ୍ରକ୍ରିୟାର ସମୀକ୍ଷା ନିମନ୍ତେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ଜିଲ୍ଲାର ସମସ୍ତ ଇ ଆର ଓ, ଡେପୁଟି କଲେକ୍ଟର, ଆସିଷ୍ଟାଣ୍ଟ କଲେକ୍ଟର ଏବଂ ନିର୍ବାଚନ ବିଭାଗର ସମ୍ପୃକ୍ତ ଅଧିକାରୀ ଓ କର୍ମଚାରୀଙ୍କ ସହିତ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ଏବଂ ଗଣମାଧ୍ୟମ ପ୍ରତିନିଧିମାନେ ଯୋଗଦେଇଥିଲେ।ବୈଠକରେ ଏସ ଆଇ ଆର ଅନ୍ତର୍ଗତ ଦାବି ଓ ଆପତ୍ତି ସମ୍ପର୍କିତ ଫର୍ମ- 9, 10, 11, 11A ଏବଂ 11B ରେ ପ୍ରାପ୍ତ ଆବେଦନଗୁଡ଼ିକର ସ୍ଥିତି, ଯାଞ୍ଚ ଓ ପ୍ରକ୍ରିୟାକରଣ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ପାରଦର୍ଶିତା ଓ ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା ନିମନ୍ତେ ଉକ୍ତ ଫର୍ମଗୁଡ଼ିକରେ ପ୍ରାପ୍ତ ଦାବି ଓ ଆପତ୍ତିର ରିପୋର୍ଟ ସମ୍ପୃକ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ହସ୍ତାନ୍ତର କରାଯାଇଥିଲା। ଦାବି ଓ ଆପତ୍ତି ସମ୍ପର୍କିତ ସମସ୍ତ ତଥ୍ୟ ନିୟମାନୁସାରେ ଯାଞ୍ଚ କରି ନିର୍ଦ୍ଧାରିତ ପ୍ରକ୍ରିୟାରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ ପାଇଁ ଜିଲ୍ଲାପାଳ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।ବୈଠକରେ ନିର୍ବାଚନ ପ୍ରକ୍ରିୟାରେ ସମସ୍ତ ହିତଧାରୀଙ୍କ ସହଯୋଗ ଓ ସକ୍ରିୟ ଅଂଶଗ୍ରହଣ ସହିତ ଏସ ଆଇ ଆର – ୨୦୨୬ କାର୍ଯ୍ୟକ୍ରମକୁ ସ୍ୱଚ୍ଛ, ନିରପେକ୍ଷ ଓ ସୁଚାରୁ ଭାବେ ସମ୍ପାଦନ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା।
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed