August 20, 2026
Home » ଓଡ଼ିଆରେ ଅଭିଭାଷଣ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ

ଓଡ଼ିଆରେ ଅଭିଭାଷଣ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ

0
WhatsApp Image 2024-11-30 at 2.14.59 PM

ପ୍ରଥମ ଥର ପାଇଁ ଓଡିଶାରେ ହେଉଛି ଡିଜିପି ସମ୍ମିଳନୀ- ମୋଦି

ଭୁବନେଶ୍ୱର: ଓଡ଼ିଆରେ ଅଭିଭାଷଣ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସମସ୍ତଙ୍କୁ ଓଡ଼ିଆରେ ଶୁଭେଚ୍ଛା ଜଣାଇ ଅଭିଭାଷଣ ଆରମ୍ଭ କଲେ । ଅଭିଭାଷଣ ଆରମ୍ଭ କରିବା ସମୟରେ ଦିଲ୍ଲୀରେ ଓଡିଶା ପର୍ବ କଥା ବଖାଣିଲେ । ଏହାସହ ଲିଙ୍ଗରାଜଙ୍କ ଭୂମିକୁ ଆସିଥିବାର ସୁଯୋଗ ମିଳିଥିବାରୁ ଖୁସି ବ୍ୟକ୍ତ କଲେ । ବିମାନ ବନ୍ଦରରେ ଏତେ ସଂଖ୍ୟାରେ ଲୋକ ମୋତେ ଅଭିଭୂତ କରିଛି ।

ମହାରାଷ୍ଟ୍ର, ହରିୟାଣା ନିର୍ବାଚନ ଫଳ ବିଶ୍ବାସ ଭରିଛି, ଏଠି ବି ଦେଖୁଛି ବୋଲି କହିଛନ୍ତି ପିଏମ୍ । ଏହା ହେଉଛି ଆମ କାର୍ଯ୍ୟକର୍ତ୍ତାଙ୍କ ସାମର୍ଥ୍ୟ । ବିଜେପିର କାମକୁ ଦେଖି ଲୋକେ ଭୋଟ୍ ଦେଉଛନ୍ତି । ନିର୍ବାଚନ ପୂର୍ବରୁ ଓଡ଼ିଶାରେ ବିଜେପିର ଶକ୍ତିକୁ ନେଇ ପ୍ରଶ୍ନ କରୁଥିଲେ । ଓଡ଼ିଶା ଲୋକେ ଦିଲ୍ଲୀରେ ବିଜେପି କାମକୁ ଦେଖି ଭୋଟ୍ ଦେଲେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଗତ 100 ବର୍ଷ ଧରି ଦେଶରେ ଡିଜିପି ସମ୍ମିଳନୀ ହୋଇଆସୁଛି ।

କିନ୍ତୁ ପ୍ରଥମ ଥର ପାଇଁ ଏହା ଓଡିଶାରେ ହେଉଛି । ସମ୍ବୋଧନ କରିବା ସମୟରେ ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡ଼ିଶାର ବିକାଶ ପାଇଁ ଆମେ ଲଗାତାର କାମ କରୁଛୁ । ପୂର୍ବରୁ ମନ୍ତ୍ରି ପରିଷଦରେ ଓଡ଼ିଶାରୁ କେବେ ଏତେ ସଦସ୍ୟ ନଥିଲେ । ଓଡ଼ିଶା ଲୋକେ ହୃଦୟ ଖୋଲି ଆମକୁ ସମର୍ଥନ କରିଛନ୍ତି । ବିଦେଶକୁ ଗଲେ ଲଗାତାର ତୃତୀୟ ଥର ସରକାର ପାଇଁ ପ୍ରଶଂସା ପାଉଛୁ । ପିଏମ୍ ଆହୁରି ମଧ୍ୟ କହିଛନ୍ତି ଯେ, ଡିସେମ୍ବର 4 ରେ ହେବାକୁ ଥିବା ନୌସନା ଦିବସ ପୁରୀର ବ୍ଲୁ ଫ୍ଲାଗ୍ ବିଚ୍ ରେ ହେବାକୁ ଯାଉଛି । ଜାନୁଆରୀ 8 ରୁ 10 ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ ଅନୁଷ୍ଠିତ ହେବାକୁ ଯାଉଛି । ଏହା ଦ୍ୱାରା ଓଡିଶାର ଭରପୁର ପ୍ରଚାର, ପ୍ରସାର ହେବ । ପର୍ଯ୍ୟଟନର ସମ୍ଭାବନା ବଢିବ । ଖାଲି ଦେଶ ନୁହେଁ ବିଶ୍ୱ କହିବ ଓଡିଶା ଗାଥା । ଏନେଇ ସବୁ ପ୍ରସ୍ତୁତି ଚାଲିଛି । ଓଡିଶା ସ୍ୱଚ୍ଛ ହେଉ, ସୁନ୍ଦର ହେଉ । ଏହାର ସଂସ୍କୃତିର ପ୍ରଚାର ପ୍ରସାର ହେଉ । ସମସ୍ତେ ମିଶି ଓଡିଶାର ଗୌରବ କଥା କହିବା ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ନାଁ ନନେଇ ନବୀନ ସରକାରକୁ ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ । ଆମ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗାଁକୁ ଯାଉଛନ୍ତି । ପ୍ରଥମ ଥର ପାଇଁ ଓଡିଶାବାସୀ ଦେଖୁଛନ୍ତି ମୁଖ୍ୟମନ୍ତ୍ରୀ ଲୋକଙ୍କ ପାଖକୁ ଯାଉଛନ୍ତି ବୋଲି କହିଛନ୍ତି ପିଏମ୍ । ମିଥ୍ୟାବାଦୀ, ଲୋକଙ୍କୁ ଭ୍ରମିତ କରୁଥିବା ବ୍ୟକ୍ତିଙ୍କ ଉପରେ ବର୍ଷିଲେ ମୋଦି । ଆମେ ଆମ ଲୋକତନ୍ତ୍ରକୁ ସଶକ୍ତ କରିବା, ମିଥ୍ୟାବାଦୀଙ୍କୁ ଜବାବ ଦେବା।ଦେଶକୁ ଲୁଟୁଥିବା ବ୍ୟକ୍ତିଙ୍କୁ ଲୋକେ ଏବେ ଜବାବ ଦେଇଛନ୍ତି । କ୍ଷମତାରୁ ହଟିବା ପରେ ଲୋକଙ୍କୁ ମିଛ କଥା କହି ଭ୍ରମିତ କରୁଛନ୍ତି । ଦେଶ ବିରୋଧରେ କିଛି ବ୍ୟକ୍ତି ଷଡ଼ଯନ୍ତ୍ର କରୁଛନ୍ତି।ଚୌକିଦାର ଚୋର କହୁଥିଲେ, ଏବେ ସେ କେମିତି ଭଲ ହୋଇଗଲା ବୋଲି ପ୍ରଶ୍ନ କରିଛନ୍ତି

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed