ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ଉପଲକ୍ଷେ ଶପଥ ପାଠ

0 5

ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ଉପଲକ୍ଷେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।ଜିଲ୍ଲାପାଳ , ଖୋର୍ଦ୍ଧା ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର ଜିଲ୍ଲା କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀ ମାନଙ୍କୁ ବିପର୍ଯ୍ୟୟ ପ୍ରସ୍ତୁତି ପାଇଁ ଶପଥ ପାଠ କରାଇଥିଲେ।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ, ଖୋର୍ଦ୍ଧା ଶ୍ରୀ ମନୋଜ କୁମାର ପାଢ଼ୀ, ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ ଶ୍ରୀ ଅନୁଜ କୁମାର ଦାସ ପଟ୍ଟନାୟକ,ଡେପୁଟି କଲେକ୍ଟର ଏମର୍ଜେନ୍ସି ସଂଘମିତ୍ରା ବେହେରା,ବିଭିନ୍ନ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।୧୯୯୯ ମହାବାତ୍ୟା ପରଠାରୁ ବିପର୍ଯ୍ୟୟ ମୁକାବିଲା ଓ ପ୍ରସ୍ତୁତି ପାଇଁ ସରକାର ବହୁ ପଦକ୍ଷେପ ନେଇଛନ୍ତି। ଧନ ଜୀବନ ର ସୁରକ୍ଷା,ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ଏବଂ ଲୋକମାନଙ୍କୁ ସଚେତନ କରିବା ନିମନ୍ତେ ଗୁରୁତ୍ବ ଦିଆଯାଇଛି। ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ବ୍ଲକ କାର୍ଯ୍ୟାଳୟରେ ମଧ୍ୟ ବିପର୍ଯ୍ୟୟ ମୁକାବିଲା ଓ ପ୍ରସ୍ତୁତି ନିମନ୍ତେ ଶପଥ ପାଠ କରାଯାଇଛି।

ଖୋର୍ଦ୍ଧା ଇପିଏ ରୁ ମନୋଜ କୁମାରସାହୂ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )

Leave A Reply

Your email address will not be published.