August 22, 2026
Home » କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଶବ ବ୍ୟବଚ୍ଛେଦ ପାଇଁ ପୋଷ୍ଟମର୍ଟମ ସେଣ୍ଟର

କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଶବ ବ୍ୟବଚ୍ଛେଦ ପାଇଁ ପୋଷ୍ଟମର୍ଟମ ସେଣ୍ଟର

0
WhatsApp Image 2026-03-29 at 8.46.01 AM

 

ସ୍ଥାପନ ପାଇଁ ନିଷ୍ପତ୍ତି ନେଲେ ରାଜ୍ୟ ସରକାର….

କଳାହାଣ୍ଡି ଜିଲ୍ଲା କଲମପୁର ଠାରେ ଶବ ବ୍ୟବଚ୍ଛେଦ ପାଇଁ ଏକ ପୋଷ୍ଟ ମର୍ଟମ ସେଣ୍ଟର ସ୍ଥାପନ ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି।କଲମପୁର ଥାନା ଅଞ୍ଚଳର ଜନସାଧାରଣ ବିଭିନ୍ନ ଘଟଣା ଓ ଦୁର୍ଘଟଣା ରେ ପୋଷ୍ଟମର୍ଟମ ବା ଶବ ବ୍ୟବଚ୍ଛେଦ କରିବା ପାଇଁ ଜୟପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଉପରେ ନିର୍ଭର କରୁଥିଲେ। ଏନେଇ ସମୟ ଅସମୟରେ ଏଥି ପାଇଁ ନାନା ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଥିଲା। ଜନ ସାଧାରଣ ଙ୍କ ସ୍ୱାର୍ଥ ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କ ଦାବୀ ପରେ ରାଜ୍ଯ ଗୃହ ବିଭାଗ ଜନସାଧାରଣଙ୍କ ସୁବିଧା ଏବଂ ପୋଲିସ ପ୍ରଶାସନର ସୁଗମ ପରିଚାଳନା ପାଇଁ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଶବ ବ୍ୟବଚ୍ଛେଦ ପାଇଁ ପୋଷ୍ଟମର୍ଟମ ସେଣ୍ଟର ସ୍ଥାପନ ପାଇଁ ନିଷ୍ପତ୍ତି ନେଇଛନ୍ତି। ଏନେଇ କଲମପୁର ବ୍ଲକ ଅଞ୍ଚଳର ଜନ ସାଧାରଣ ଖୁସିବ୍ୟକ୍ତ କରି ମାନ୍ୟବର ବିଧାୟକ ଶ୍ରୀ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କ ଏକନିଷ୍ଟ ଉଦ୍ୟମ ଯୋଗୁଁ ବହୁ ଦିନର ଦାବୀ ସଫଳ ହୋଇଛି ବୋଲି ପ୍ରକାଶ କରିଛନ୍ତି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।