August 21, 2026
Home » କଳାହାଣ୍ଡି ଜିଲ୍ଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR) – ୨୦୨୬ ସମ୍ପର୍କରେ ବୈଠକ

କଳାହାଣ୍ଡି ଜିଲ୍ଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR) – ୨୦୨୬ ସମ୍ପର୍କରେ ବୈଠକ

0
WhatsApp Image 2026-05-19 at 3.46.07 PM

ଭବାନୀପାଟଣା :  କଳାହାଣ୍ଡି ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ପାୱାର ସଚିନ ପ୍ରକାଶ (ଭା.ପ୍ର.ସେ.) କଳାହାଣ୍ଡି ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳମାନଙ୍କ ସଭାପତି/ସମ୍ପାଦକମାନଙ୍କ ସହିତ ଏକ ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା।ଉକ୍ତ ବୈଠକରେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) – ୨୦୨୬ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା।ଏହାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଯୋଗ୍ୟ ମତଦାତାଙ୍କୁ ଭୋଟର ତାଲିକାରେ ସମ୍ମିଳିତ କରିବା ଏବଂ ଅନଧିକୃତ ପ୍ରବାସୀ କିମ୍ବା ଅଯୋଗ୍ୟ ବ୍ୟକ୍ତିଙ୍କ ନାମ ବିଲୋପ କରିବା । ଏଥିରେ ମୃତ ବ୍ୟକ୍ତିଙ୍କ ନାମ ଏବଂ ଡୁପ୍ଲିକେଟ ନାମ ଗୁଡିକୁ ଚିହ୍ନଟ କରାଯାଇ ତାଲିକାରୁ ହଟାଯିବ।ସ୍ଥାନାନ୍ତରିତ ମତଦାତାଙ୍କ ନାମ ସଂଶୋଧନ କରାଯିବ । ଭୋଟର ତାଲିକାର ସଠିକତା ଓ ପାରଦର୍ଶିତା ବୃଦ୍ଧି କରିବା ପାଇ ଏସ.ଆଇ.ଆର. ଲାଗୁ କରାଯାଇଛି । ଏହି ବୈଠକରେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନେ ମଧ୍ୟ ଯୋଗଦେଇଥିଲେ । ବୈଠକରେ ରାଜନୈତିକ ଦଳମାନଙ୍କ ଦ୍ୱାରା ବୁଥ ଲେଭେଲ୍ ଏଜେଣ୍ଟ (BLA) ନିଯୁକ୍ତି ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା । ପ୍ରତ୍ୟେକ ମତଦାନ କେନ୍ଦ୍ର ପାଇଁ ବୁଥସ୍ତରୀୟ ଏଜେଣ୍ଟଙ୍କ ତାଲିକା ପ୍ରଦାନ କରିବା ପାଇଁ ବିଭିନ୍ନ ରାଜନୈତିକ ଦଳଙ୍କୁ ଅନୁରୋଧ କରାଯାଇଛି । ବୈଠକରେ ଏସ.ଆଇ.ଆର. କାର୍ଯ୍ୟକ୍ରମର ସମୟସୀମା ସମ୍ପର୍କରେ ମଧ୍ୟ ରାଜନୈତିକ ଦଳମାନଙ୍କୁ ଅବଗତ କରାଯାଇଥିଲା । ଏହା ଆନୁସାରେ ୦୧-୦୭-୨୦୨୬ ତାରିଖକୁ ଯୋଗ୍ୟତା ତାରିଖ (Qualifying Date) ଭାବେ ନିର୍ଦ୍ଧାରିତ କରାଯାଇଛି । ୨୦-୦୫-୨୦୨୬ ଠାରୁ ୨୯-୦୫-୨୦୨୬ ପର୍ଯ୍ୟନ୍ତ ପ୍ରସ୍ତୁତି, ପ୍ରଶିକ୍ଷଣ ଏବଂ ମୁଦ୍ରଣ କାର୍ଯ୍ୟ ସମ୍ପନ୍ନ ହେବ । ୩୦-୦୫-୨୦୨୬ ଠାରୁ ୨୮-୦୬-୨୦୨୬ ପର୍ଯ୍ୟନ୍ତ BLO ମାନଙ୍କ ଦ୍ୱାରା ଘରକୁ ଘର ପରିଦର୍ଶନ କରାଯିବ । ୨୮-୦୬-୨୦୨୬ ସୁଦ୍ଧା ମତଦାନ କେନ୍ଦ୍ରଗୁଡିକର ଯୁକ୍ତିସଙ୍ଗତ ପୁନର୍ବିନାସ (Polling Station Rationalization) କାର୍ଯ୍ୟ ସମ୍ପନ୍ନ କରାଯିବ । ୦୫-୦୭-୨୦୨୬ ତାରିଖରେ ଖସଡା ଭୋଟର ତାଲିକା ପ୍ରକାଶ ପାଇବ । ୦୫-୦୭-୨୦୨୬ ଠାରୁ ୦୪-୦୮-୨୦୨୬ ପର୍ଯ୍ୟନ୍ତ ଦାବି ଓ ଆପତ୍ତି ଗ୍ରହଣ କରାଯିବ ଏବଂ ୦୫-୦୭-୨୦୨୬ ଠାରୁ ୦୨-୦୯-୨୦୨୬ ପର୍ଯ୍ୟନ୍ତ ସେଗୁଡିକର ଉପରେ କାର୍ଯ୍ୟ କରାଯିବ । ଶେଷରେ ୦୬-୦୯-୨୦୨୬ ତାରିଖରେ ଅନ୍ତିମ ଭୋଟର ତାଲିକା ପ୍ରକାଶ କରାଯିବ।

ଏହି ବୈଠକରେ ୭୭-ଲାଞ୍ଜିଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀର ନିର୍ବାଚନ ପଞ୍ଜିକରଣ ଅଧିକାରୀ ତଥା – ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ତନ୍ମୟ କୁମାର ଦରୱାନ (ଓ.ପ୍ର.ସେ.), ୭୮-ଜୁନାଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀର ନିର୍ବାଚନ ପଞ୍ଜିକରଣ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ (ରେଭେନ୍ୟୁ) ବଇତୁରା ଦୀପ (ଓ.ପ୍ର.ସେ.) ଏବଂ ୮୦-ଭବାନୀପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀର ନିର୍ବାଚନ ପଞ୍ଜିକରଣ ଅଧିକାରୀ ତଥା ଉପ-ଜିଲ୍ଲାପାଳ ପ୍ରଭାତ କୁମାର ପରିଡା (ଓ.ପ୍ର.ସେ.) ଭବାନୀପାଟଣା ଏବଂ ଡେପୁଟି କଲେକ୍ଟର (ନିର୍ବାଚନ) ଅବିନାଶ ଦଳେଇ (ଓ.ପ୍ର.ସେ.), ଜିଲ୍ଲା ସହକାରୀ ନିର୍ଦ୍ଦେଶକ ସଂଚୟ ଏବଂ ଆର୍ଥିକ ସେବା ଅଧିକାରୀ ଓ ନୋଡାଲ ଅଫିସର ପ୍ରିଣ୍ଟିଙ୍ଗ ବିବେକାନନ୍ଦ ମହାନନ୍ଦ ଉପସ୍ଥିତ ଥିଲେ ଏବଂ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed