କାର୍ତ୍ତିକମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି

0 1

ଏହି ଦିନ ଶ୍ରୀମନ୍ଦିରରେ ଠାକୁରମାନଙ୍କର ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ । ପ୍ରାତଃ ସମୟରେ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥାନ୍ତି ।ଆଡ଼କିଆ ବେଶରେ ଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଏ । ଚୂଳ ଦୁଇଟି ସୋଲ, କନା, ବେତ, ଜମ୍ବୁରା, କଇଁଥ ଅଠା ଇତ୍ୟାଦିରେ ନିର୍ମିତ ହୋଇଥାଏ । ଏହି ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଥାଏ । ସୁଭଦ୍ରା ଓ ଅନ୍ୟ ଦୁଇ ଠାକୁରଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଥାଏ । ଏଥି ସହିତ ପୂର୍ବ ଦିନ ପରି ଅନ୍ୟାନ୍ୟ ସ୍ୱର୍ଣ୍ଣ ଅଳଙ୍କାର ଓ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟ ବସ୍ତ୍ର ଇତ୍ୟାଦିରେ ଠାକୁରମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯାଇଥାଏ । । ଏହି ବେଶରେ ଘାଗଡା ମାଳି , ବରକୋଳି ମାଳି , ପଦ୍ମମାଳି,ଗିନିମାଳି, ପଦକ ମାଳି ପିନ୍ଧାଯାଏ । ଏହା ବ୍ୟତିତ ମହାପ୍ରଭୁଙ୍କ ଅନ୍ୟାନ୍ୟ ଅଳଙ୍କାର , ମାଳି,ଶ୍ରୀପୟର ,ଶ୍ରୀହସ୍ତ ଏବଂ ଆୟୁଧ ମଧ୍ୟ ଲାଗି କରାଯାଏ । ଏହି ବେଶରେ ଶ୍ରୀଜୀଉମାନଙ୍କ ଶ୍ରୀମସ୍ତକରେ ସୋଲ, କନା, ବେତ, ଜମ୍ବୁରା ଓ କଇଁଥ ଅଠାରେ ତିଆରି ହୋଇଥିବା ଚୁଳ ଲଗାଯାଏ । ଏହି ଚୁଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡ଼ବାଗରେ ଖୋସାଯାଇଥିବା ବେଳେ ଶୀର୍ଷଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ଖୋସାଯାଇଥାଏ ।

ପୁରୀ ଜିଲ୍ଲା ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )

Leave A Reply

Your email address will not be published.