କାର୍ତ୍ତିକ ମାସର ପବିତ୍ର ପଞ୍ଚକ
ପଞ୍ଚକ ବା ପଞ୍ଚୁକ ଓଡ଼ିଶାରେ ପାଳିତ ଏକ ହିନ୍ଦୁ ପର୍ବ । ଏହା କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ) ଭାବେ ପାଳନ କରାଯାଏ । ଯାଜପୁର ଜିଲ୍ଲାର କୋରାଇ ବ୍ଲକ ଅମୃତିଆ ଗ୍ରାମ ପଞ୍ଚାୟତର ବଢେଇ ଜଳନ୍ଦା ଗ୍ରାମର ଯୁବକ ମାନେ ପଞ୍ଚକ ପାଳନ କରି ପ୍ରଭାତରେ ହରି ନାମ ସଂକୀର୍ତ୍ତନ କରି ଗ୍ରାମରେ ଏକ ଆଧ୍ୟାତ୍ମିକ ବାତାବରଣ ସୃଷ୍ଟି କରିବା ଦେଖିବାକୁ ମିଳିଛି।
ଏହା ମହାପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁପଞ୍ଚକ ଭାବେ ମଧ୍ୟ ଜଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି । ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସଠାରୁ ସାତଦିନ ହବିଷ୍ୟ କରନ୍ତି । ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ସାତ୍ତ୍ୱିକ ଖାଦ୍ୟ ଆହାର କରିଥାନ୍ତି ।
କିମ୍ବଦନ୍ତୀ ଅନୁସାରେ ବଗସବୁ ମଧ୍ୟ ଆମିଷ ଭୋଜନରୁ ନିବୃତ୍ତ ରହନ୍ତି ବୋଲି କଥିତ ଥିବାରୁ ଏହାକୁ “ବକ ପଞ୍ଚକ” ମଧ୍ୟ କୁହାଯାଏ ।ଶର ଶଯ୍ୟା ଉପରେ ଶାୟିତ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ । ଏଥିରେ ପ୍ରସନ୍ନ ହୋଇ ସେ ଭୀଷ୍ମଙ୍କୁ କହିଲେ, “ଆପଣ ଧନ୍ୟ । ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି । କାର୍ତ୍ତିକ ଏକାଦଶୀ ଦିନ ଜଳର ଇଚ୍ଛା କରିଛନ୍ତି । ଅର୍ଜୁନ ବାଣଦ୍ୱାରା ଗଙ୍ଗାଜଳ ପ୍ରସ୍ତୁତ କଲେ, ଯାହାଦ୍ୱାରା ଆପଣଙ୍କର ଦେହମନ ସନ୍ତୁଷ୍ଟ ହେଲା । ଏଣୁ ଆଜିଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ ସେମାନେ ମୋତେ ତୃପ୍ତକରିବେ । ଏହା ହେଉଛି ଭୀଷ୍ମପଞ୍ଚକ ଓ ଏହା ପ୍ରତିବର୍ଷ ପାଳିତ ହେବ” । ସାଧାରଣତଃ ସନ୍ତାନ ପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଲୋକ ଏହି ଭୀଷ୍ମପଞ୍ଚକ ବ୍ରତ ପାଳନକରନ୍ତି ।[୪] କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଏକଲକ୍ଷ ତୁଳସୀପତ୍ର ଚଢ଼ାଇ ବିଷ୍ଣୁଙ୍କୁ ପୂଜାକଲେ ସମସ୍ତ ଦେବତା ପ୍ରସନ୍ନ ହୋଇ ବର ପ୍ରଦାନ କରନ୍ତି ବୋଲି ଲୋକ ବିଶ୍ୱାସ ମଧ୍ୟ ରହିଛି ।
ଇପିଏରୁ ବିରଞ୍ଚିନାରାୟଣ ପତ୍ରୀ ଙ୍କ ରିପୋର୍ଟ, ଇଷ୍ଟଣ୍ଣ ପ୍ରେସ ଏଜେନ୍ସି, ଭୁବନେଶ୍ୱର