August 20, 2026
Home » କାଶିବାହାଲ ଠାରେ ପ୍ରଥମ ଥର ଦୁର୍ଗା ପୂଜା

କାଶିବାହାଲ ଠାରେ ପ୍ରଥମ ଥର ଦୁର୍ଗା ପୂଜା

0
WhatsApp Image 2024-10-10 at 6.10.35 PM

ଧର୍ମଗଡ ସହର ନିକଟସ୍ଥ କାଶିବାହାଲ ଠାରେ ପ୍ରଥମ ଥର ମାଆ ଦୁର୍ଗା ଙ୍କ ପୂଜା ଆରମ୍ଭ ହୋଇଛି। ଏହି ପୂଜା ରେ କର୍ତ୍ତା ଭାବେ ପ୍ରସନ୍ନ କୁମାର ମୁଣ୍ଡ ଓ ତାଙ୍କ ଧର୍ମ ପତ୍ନୀ ରହିଥିବା ବେଳେ ପୂଜକ ଦାୟିତ୍ୱ ପ୍ରମୋଦ କୁମାର ପଣ୍ଡା ଓ ତାଙ୍କ ସାଥୀ ମାନେ ରହିଛନ୍ତି।
ତିନି ଦିନ ଧରି ହେବାକୁ ଥିବା ପୂଜାରେ ବିଭିନ୍ନ ପ୍ରକାର ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ମାନ ହେବ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି। ଏହି କମିଟି ର ସଭାପତି ପ୍ରସନ୍ନ କୁମାର ମୁଣ୍ଡ, ଉପ ସଭାପତି ନରେନ୍ଦ୍ର ସାହୁ, ସାଧାରଣ ସମ୍ପାଦକ ସମୀର ଲହଜଲ, କୋଷାଧ୍ୟକ୍ଷ ଭାବେ ଭରତ ବନ୍ଧୁ ସୁନାନୀ ଓ ପ୍ରବୀଣ ପଣ୍ଡା ରହିଛନ୍ତି। ସମସ୍ତ କାର୍ଯ୍ୟକ୍ରମ କୁ ପରିଚାଳନା ରେ କମିଟି ର ସଦସ୍ୟ ଚିତ୍ର ସେନ ଜାଲ,କିରଟି ବିହାରୀ, ସଂଜୟ ଜାଲ,ଜେଦାର ଜାଲ, ଜିତୁ ଜାଲ, ରବି ସିକା, ପ୍ରସନ ମୁଣ୍ଡା,ଚନ୍ଦ୍ର ବିହାରୀ, ବିକି ହାତୀ ଓ ଭକ୍ତ ସିକା ପ୍ରମୁଖ ସହଯୋଗ କରୁଛନ୍ତି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed