August 20, 2026
Home » କିଶୋର ବାଳିକା ମାନଙ୍କ ଦକ୍ଷତା ବୃଦ୍ଧି ଓ ନେତୃତ୍ଵ ବିକାଶ ଉପରେ ତାଲିମ

କିଶୋର ବାଳିକା ମାନଙ୍କ ଦକ୍ଷତା ବୃଦ୍ଧି ଓ ନେତୃତ୍ଵ ବିକାଶ ଉପରେ ତାଲିମ

0
WhatsApp Image 2025-04-24 at 2.53.20 PM

ସୁବର୍ଣ୍ଣପୁର –ସୁବର୍ଣ୍ଣପୁର ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ତରଫରୁ ସୁବର୍ଣ୍ଣପୁର ଜିଲ୍ଲା ର ସମସ୍ତ ବ୍ଲକ ର କିଶୋରୀ ଝିଅ ମାନଙ୍କର ଜିଲ୍ଲାସ୍ତରୀୟ ଦକ୍ଷତା ବୃଦ୍ଧି ଏବଂ ନେତୃତ୍ୱ ବିକାଶ ଉପରେ ସୋନପୁର ବ୍ଲକ ମିଶନ ଶକ୍ତି ଭବନ ଠାରେ ଦୁଇ ଦିନିଆ କର୍ମଶାଳା ଶୁଭାରମ୍ଭ ହୋଇଯାଇଛି | ଏହି କର୍ମଶାଳା ରେ ବୀରମହାରାଜପୁର ବ୍ଲକ, ଡୁଙ୍ଗୁରିପାଲି ବ୍ଲକ ଏବଂ ବିନକା ବ୍ଲକ ର ମୋଟ ୫୦ ଜଣ ଝିଅ ଅଂଶଗ୍ରହଣ କରିଥିଲେ ଏବଂ ଆସନ୍ତା କାଲି ତା ୨୫/୦୪/୨୫ ରିଖ ଦିନ ସୋନପୁର, ଉଲୁଣ୍ଡା, ତରଭା ବ୍ଲକ ରୁ ମୋଟ ୫୦ ଜଣ ଝିଅ ଅଂଶଗ୍ରହଣ କରିବେ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି l ଏହି କାର୍ଯ୍ୟକ୍ରମ କୁ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଲିନା ପ୍ରଧାନ ଉଦଘାଟନ କରିଥିଲେ ଏବଂ କିଶୋରୀ ଝିଅ ମାନଙ୍କ ଉଜ୍ୱଳ ଭବିଷ୍ୟତ, ଦକ୍ଷତା ବୃଦ୍ଧି ଓ ଆତ୍ମନିର୍ଭରଶିଳ ହେବା ପାଇଁ ଉଦବୋଧନ ଦେଇଥିଲେ | ଏହି ତାଲିମ ଶିବିର ରେ ୩ ଜଣ ପରାମର୍ଶ ଦାତା ଶିକ୍ଷାଦାନ କରିଥିଲେ | ଜିଲ୍ଲା ନିଯୁକ୍ତି ଅଧିକାରୀ ସଞ୍ଜୁ କୁମାରୀ ସାହୂ ନିଯୁକ୍ତି ଉପରେ ଶିକ୍ଷା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ ସଶକ୍ତି କରଣ ଓ ଜୀବନ କୌଶଳ ଉପରେ ଶିକ୍ଷା ଓ ପଲିଟେକନିକ୍ କଲେଜ୍ ଅଧ୍ୟକ୍ଷ ଝିଅ ମାନଙ୍କ ଶିକ୍ଷା ସହ ବୈଷୟିକ ତାଲିମ ଓ ଶିକ୍ଷାଦାନ କରିଥିଲେ l ଶେଷରେ ସୁରକ୍ଷା ଅଧିକାରୀ ଶ୍ରୀମତୀ ବାସନ୍ତୀ ଭୋଇ ତାଲିମ କାର୍ଯ୍ୟ ର ସୁପରିଚାଳନା ଏବଂ ଧନ୍ୟବାଦ ଅର୍ପଣ କରିଥିଲେ |

ରିପୋର୍ଟ — ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed