କ୍ୟାବିନେଟ୍ ବୈଠକ ସମ୍ପର୍କିତ ପ୍ରେସ ବିବୃତ୍ତି
ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ୩୦ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା l ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ । କ୍ୟାବିନେଟ ବୈଠକରେ ମୋଟ ୯ ଟି ବିଭାଗର ୧୨ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଥିଲl l ତନ୍ମଧ୍ୟରେ ଗୋଟିଏ ପ୍ରସ୍ତାବ ସପ୍ତଦଶ ବିଧାନ ସଭାର ଆଗାମୀ ୫ମ ଅଧିବେଶନ ଅନୁଷ୍ଠିତ ହେବା ସମ୍ପର୍କିତ ଥିଲା l
