August 21, 2026
Home » ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଛତ୍ରପୁରଠାରେ ଧରତୀ ଆବା ବିର୍ସା ମୁଣ୍ଡା ଙ୍କ ୧୫୦ତମ ଜୟନ୍ତୀ ସମାବେଶ ଅନୁଷ୍ଠିତ

ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଛତ୍ରପୁରଠାରେ ଧରତୀ ଆବା ବିର୍ସା ମୁଣ୍ଡା ଙ୍କ ୧୫୦ତମ ଜୟନ୍ତୀ ସମାବେଶ ଅନୁଷ୍ଠିତ

0
WhatsApp Image 2024-11-16 at 12.40.35 PM

!

ଜନଜାତୀୟ ଗୌରବ ଦିବସ ତଥା ‘‘ଧରତୀ ଆବା ଜନଜାତୀୟ ଗ୍ରାମ୍ୟ ଉତ୍କର୍ଷ ଅଭିଯାନ ଭାରତ ସରକାର ଆରମ୍ଭ କରିଛନ୍ତି ।
ଭାରତ ସରକାରଙ୍କ ଜନଜାତି ବ୍ୟାପାର ମନ୍ତ୍ରାଳୟ ଓ ଓଡ଼ିଶା ସରକାଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ମିଳିତ ସ‌ହ‌ଯୋଗରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ଛତ୍ରପୁର ମିନି ଷ୍ଟାଡିୟମ୍ ପରିସରରେ ସ୍ୱାଧୀନତା ସଂଗ୍ରାମ ସହିଦ୍ ବିର୍ସା ମୁଣ୍ଡା ଙ୍କ ୧୫୦ତମ ଜୟନ୍ତୀ ସମାବେଶ ଅନୁଷ୍ଠିତ ହୋଇଯାଇଛି ।
ଏହି କାର୍ଯ୍ୟକ୍ରମରେ ମାନ୍ୟବର ଖଣି, ଇସ୍ପାତ,ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଯୋଗଦେଇ ଜନଜାତି ସମ୍ପ୍ରଦାୟର ବୁଦ୍ଧିଜୀବୀ ଙ୍କୁ ଉତ୍ସାହିତ କରିଥିଲେ ।
କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ, ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ୍-ସାମନ୍ତରାୟ, ଖଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ, ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ଆସ୍କା ସାଂସଦ ଅନୀତା ଶୁଭଦର୍ଶିନୀ ପଟ୍ଟନାୟକ, ଛତ୍ରପୁର ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଶର୍ମିଷ୍ଠା ପ୍ରଧାନ, ପ୍ରମୁଖ ବହୁ ଗଣ୍ୟମାନ୍ୟ ନେତ୍ତୃବର୍ଗ ଯୋଗଦେଇ ଆଦିବାସୀ ସମ୍ପ୍ରଦାୟର ବୁଦ୍ଧିଜୀବୀ ଓ ଛାତ୍ରଛାତ୍ରୀ ଙ୍କୁ ଉତ୍ସାହିତ କରିଥିଲେ । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଏହି କାର୍ଯ୍ୟକ୍ରମରେ ପୌରହିତ୍ୟ କରିଥିଲେ । ଜିଲ୍ଳାର ବହୁ ପଦାଧିକାରୀ ଯୋଗଦେଇ ଜନଜାତି ବର୍ଗର ମହିଳା ଓ ଛାତ୍ର ଛାତ୍ରୀ ଙ୍କ ଭବିଷ୍ୟ ଉଜ୍ଜ୍ୱଳ ଦିଗରେ ଅନେକ ଦିଗଦର୍ଶନ ଦେଇଥିଲେ ।।

ଛତ୍ରପୁର ଇପିଏ ରୁ ମୁନା ବେହେରା ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )l

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed