March 14, 2025
Home » ଗ୍ରୀଷ୍ମ ପ୍ରବାହ ପାନୀୟଜଳ ଅଂଶୁଘାତ ସମସ୍ୟା ଓ ତାହାର ସଫଳ ମୁକାବଲା ସମ୍ବନ୍ଧୀୟ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବୈଠକ

ଗ୍ରୀଷ୍ମ ପ୍ରବାହ ପାନୀୟଜଳ ଅଂଶୁଘାତ ସମସ୍ୟା ଓ ତାହାର ସଫଳ ମୁକାବଲା ସମ୍ବନ୍ଧୀୟ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବୈଠକ

0

ନବରଙ୍ଗପୁର ସ୍ଥାନୀୟ ମିଶନ ଶକ୍ତି ସଭାଗୃହ ଠାରେ ୧୩.୩.୨୦୨୫ ତାରିଖ ଆଜି ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ ଶୁଭଙ୍କର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଗ୍ରୀଷ୍ମ ପ୍ରବାହ ସମ୍ବନ୍ଧୀୟ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ଓ ତାର ମୁକାବିଲା ସମ୍ୱନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଆଗାମୀ ଗ୍ରୀଷ୍ମ ଋତୁରେ ପିଇବା ପାଣି, ଏବଂ ଅଂଶୁଘାତ ର ସମସ୍ୟା ଓ ତାହାର ସଫଳ ମୁକାବିଲା କରିବା ନିମନ୍ତେ ଆଲୋଚନା ହୋଇଥିଲା । ଏହି ବୈଠକରେ ବିଶେଷ କରି ଅଚଳ ପଡିଥିବା ନଳକୂପ ଗୁଡିକୁ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କରିବା ପାଇଁ ପରାମର୍ଶ ଦେଇଥିଲେ। ବିଶେଷ କରି ଜିଲ୍ଲାର ପ୍ରତ୍ୟେକ ଅଙ୍ଗନବାଡ଼ି କେନ୍ଦ୍ର ଏବଂ ବିଦ୍ୟାଳୟ ମାନଙ୍କରେ ପ୍ରର୍ଯ୍ୟାପ୍ତ ପରିମାଣର ଓଆରଏସ (ORS) ପକେଟ ମହଜୁତ ରଖିବା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଏବଂ ଜିଲ୍ଲା ସାମାଜ କଲ୍ୟାଣ ଅଧିକାରୀଙ୍କୁ ଜିଲ୍ଲାପାଳ ଡ଼ଃ ମହାପାତ୍ର ନିର୍ଦ୍ଧେଶ ଦେଇଥିଲେ। ପ୍ରତ୍ୟେକ ବିଦ୍ୟାଳୟ ମାନଙ୍କରେ ପିଲା ମାନଙ୍କ ପାଇଁ ଜଳ ଯୋଗାଣ ନିମନ୍ତେ ପାଞ୍ଚ ମିନିଟ ସମୟ ବ୍ୟବଧାନ ବାଧ୍ୟତାମୂଳକ ରଖିବା ପାଇଁ ଜିଲ୍ଲାପାଳ ଡ଼ଃ ମହାପାତ୍ର ପରାମର୍ଶ ଦେଇଥିଲେ । ସେହିପରି ଜିଲ୍ଲା ଶ୍ରମ ବିଭାଗ ତରଫରୁ ଶ୍ରମିକ ମାନଙ୍କ କାର୍ଯ୍ୟ ସ୍ଥଳରେ ସ୍ୱତନ୍ତ୍ର ପାଣିର ବ୍ୟବସ୍ଥା କରିବା ସହିତ ଦିନ ୧୧.୦୦ ଘଣ୍ଟା ସମୟରୁ ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁଁ ଅଂଶୁଘାତର ଆଶଙ୍କା ଥିବାରୁ ରାଜ୍ୟ ସରକାର ଙ୍କ ନିର୍ଦ୍ଧେଶ କ୍ରମେ ଏହି ସମୟ ସୀମା ମଧ୍ୟରେ ଶ୍ରମିକ ମାନଙ୍କୁ କାର୍ଯ୍ୟରେ ନ ଲଗାଇ ଛାୟାର ବ୍ୟବସ୍ଥା କରିବା ପାଇଁ ଜିଲ୍ଲା ଶ୍ରମ ଅଧିକାରୀ ଙ୍କୁ ଜିଲ୍ଲାପାଳ ଡଃ ମହାପାତ୍ର ପରାମର୍ଶ ଦେଇଥିଲେ। ସେହିପରି ରାଜ୍ୟ ସରକାରଙ୍କ ମାର୍ଗଦର୍ଶକ ଅନୁଯାଇ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ସ୍କୁଲ ଏବଂ କଲେଜରେ ଶିକ୍ଷା ଦାନ କରିବା ପାଇଁ ବୈଠକରେ ଆଲୋଚନା ହୋଇଥିଲା। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଦାଉରୁ ରକ୍ଷା ପାଇବା ନିମନ୍ତେ ସମସ୍ତ ପ୍ରକାର ପରିବହନ ଯାନ ଏବଂ ଯାତ୍ରୀ ମାନଙ୍କ ନିମନ୍ତେ ବହୁଳ ପରିମାଣରେ ବିଶୁଦ୍ଧ ପାନୀୟ ଜଳ ଏବଂ ପର୍ଯ୍ୟାପ୍ତ ପରିମାଣର ଓଆରଏସ ପକେଟ ମହଜୁଦ ରଖିବା ପାଇଁ ଜିଲ୍ଲାପାଳ ଡଃ ମହାପାତ୍ର ପରିବହନ ବିଭାଗ କୁ ପରାମର୍ଶ ଦେଇଥିଲେ l ଜିଲ୍ଲାର ଅଚଳ ଥିବା ନଳକୂପ ଗୁଡିକୁ ଯୁଦ୍ଧକାଳିନ ଭିତ୍ତିରେ ମରାମତି କରିବା ସହିତ ଆବଶ୍ୟକ ସ୍ଥଳେ ଭ୍ରାମ୍ୟମାଣ ଟ୍ୟାଙ୍କର ସାହାଯ୍ୟରେ ପିଇବା ପାଣିର ସୁବ୍ୟବସ୍ଥା କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଅଂଶୁଘାତ ର ସଫଳ ମୁକାବିଲା ପାଇଁ ପ୍ରତି ବ୍ଲକ ସ୍ତରରେ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନିୟନ୍ତ୍ରଣ କକ୍ଷ ଖୋଲି ତୁରନ୍ତ ଆବଶ୍ୟକୀୟ ସେବା ଯୋଗାଇ ଦେବା ପାଇଁ ଆଲୋଚନା କରାଯାଇଥିଲା। ଅଂଶୁଘାତର ଆଶଙ୍କାକୁ ଦୃଷ୍ଟିରେ ରଖି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସହିତ ଜିଲ୍ଲାର ପ୍ରତି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମାନଙ୍କରେ ନିରବଚ୍ଛିନ୍ନ ବିଦ୍ୟୁତ ସେବା ଯୋଗାଇ ଦେବା ପାଇଁ ବିଭାଗୀୟ ନିର୍ବାହୀ ଯନ୍ତ୍ରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ । ସେହିପରି, ଆବଶ୍ୟକ ସ୍ଥଳେ ଜିଲ୍ଲାର ଜନଗହଳି ସମ୍ପୂର୍ଣ୍ଣ ସ୍ଥାନ ମାନଙ୍କ ରେ ଜଳଛତ୍ରର ଆୟୋଜନ କରିବା ନିମନ୍ତେ ସମ୍ପୃକ୍ତ ଅଧିକାରୀମାନଙ୍କୁ ଜିଲ୍ଲାପାଳ ଡ଼ଃ ମହାପାତ୍ର ନିର୍ଦ୍ଧେଶ ଦେଇଥିଲେ।
ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ନବରଙ୍ଗପୁର ବିରଞ୍ଚି ନାରାୟଣ ଦରୱାନ ବୈଠକରେ ଯୋଗ ଦେଇ ଜିଲ୍ଲାର ପ୍ରତ୍ୟେକ ବ୍ଲକ ରେ ବ୍ଲକ ସ୍ତରୀୟ ପ୍ରସ୍ତୁତି ବୈଠକ କରିବା ପାଇଁ ଗୋଷ୍ଠୀ ଉନ୍ନୟନ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ l ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ, ନବ କିଶୋର ବେହେରା,ଉପ ଜିଲ୍ଲାପାଳ ପ୍ରକାଶ ଚନ୍ଦ୍ର ମିଶ୍ର, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଗୀତାଞ୍ଜଳି ବେହେରା, ଜିଲ୍ଲା ପଞ୍ଚାୟତ ଅଧିକାରୀ ପଦ୍ମନାଭ ତ୍ରିପାଠୀ, ସମ୍ପୃକ୍ତ ଅଧୀକ୍ଷକ ଯନ୍ତ୍ରୀ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଙ୍କ ସହିତ ଜିଲ୍ଲାର ସମସ୍ତ ଗୋଷ୍ଠି ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ବରିଷ୍ଠ ଅଧିକାରୀ ଜିଲ୍ଲା ପ୍ରକଳ୍ପ ଅଧିକାରୀ, ହିମାଂଶୁ ଶେଖର ପଟନାୟକ , ତ୍ରିପତି ବାଲାଜୀ ସାହୁ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ କୁମାର ବେହେରା, ଆଞ୍ଚଳିକ ପରିବହନ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ରିପୋର୍ଟ: ନବରଙ୍ଗପୁର ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *