February 23, 2026
Home » ଚକାପାଦ ସଂସ୍କୃତ ବିଦ୍ୟାଳୟ, ମହାବିଦ୍ୟାଳୟ ରେ -୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ _

ଚକାପାଦ ସଂସ୍କୃତ ବିଦ୍ୟାଳୟ, ମହାବିଦ୍ୟାଳୟ ରେ -୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ _

0
WhatsApp Image 2025-01-30 at 5.05.04 AM

ଫୁଲବାଣୀ ଇ ପି ଏ _ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଫୁଲବାଣୀ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚକାପାଦ ବ୍ଲକ ଅଧିନସ୍ଥ ଚକାପାଦ ଗୁରୁକୁଳ ସଂସ୍କୃତ ବିଦ୍ୟାଳୟ ମହାବିଦ୍ୟାଳୟ ରେ ୭୬ ତମ ସାଧାରଣତନ୍ତ୍ର ଦିବସ ମହାଆଡମ୍ବରରେ ପାଳିତ ହୋଇଯାଇଛି। ଫୁଲବାଣୀ ବିଧାନସଭା ନିର୍ବାଚନ ମଣ୍ଡଳୀ ର ପ୍ରଥମ ଥର ବି ଜେ ପି ବିଧାୟକ ଶ୍ରୀ ଯୁକ୍ତ ଉମାଚରଣ ମଲିକ ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ।ପ୍ରଥମେ ଚକାପାଦ ଗୁରୁକୁଳ ସଂସ୍କୃତ ବିଦ୍ୟାଳୟ ମହାବିଦ୍ୟାଳୟ ର ପ୍ରାଣ ପ୍ରତିଷ୍ଠାତା ସ୍ବର୍ଗତ ଲକ୍ଷ୍ମଣାନନ୍ଦ ସରସ୍ବତୀ ଙ୍କ ଉଦ୍ଧେଶ୍ୟ ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ନିଜର ଅଭିଭାଷଣ କରିଥିଲେ। ଅତ୍ୟନ୍ତ ଗୋରବମୟ ଫୁଲବାଣୀ ବି ଜେ ପି ବିଧାୟକ ଶ୍ରୀ ଯୁକ୍ତ ଉମାଚରଣ ମଲିକ ଙ୍କ ଦୀର୍ଘ ବର୍ଷ ର ରାଜନୀତି ର ଆଶା ତପସ୍ୟା ଜଣେ ବ୍ୟାଙ୍କ ଅଫିସର ଥିଲେ,ସ୍ବଭାଗ୍ୟ ଜଗନ୍ନାଥ ଙ୍କ ଅସିମକରୁଣାରୁ ଚକାପାଦ ନିଜ ଗାଁ ରୁ , ପ୍ରକାଶ ଥାଉ କି ଫୁଲବାଣୀ ନିର୍ବାଚନ ମଣ୍ଡଳୀ ରେ ଚକାପାଦ ବ୍ଲକ ନଥିଲା, ଚକାପାଦ ବ୍ଲକ ଥିଲା ଘୁଉଦୟଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ହେଲେ ଚକାପାଦ ବ୍ଲକ ଅଧିନସ୍ଥ ଲାଇନପଡା ରୁ ତିନିଜଣ ସାଂସଦ ଥିଲେ ,ପ୍ରଥମ କଂଗ୍ରେସ ଦଳ ର ସାଂସଦ ଶ୍ରୀଯୁକ୍ତ ମୃତ୍ୟୁଞ୍ଜୟ ନାୟକ,ପୁଣି କଂଗ୍ରେସ ରୁ ଶ୍ରୀଯୁକ୍ତ ରାଧାକାନ୍ତ ଦିଗାଲ ,ଓ ଜନତା ଦଳରୁ ଶ୍ରୀଯୁକ୍ତ ଶ୍ରୀବତ୍ସ ଦିଗାଲ।ପ୍ରଥମ ଫୁଲବାଣୀ ବିଜେପି ବିଧାୟକଙ୍କ ଦ୍ଵାରା ଜାତୀୟ ପତକା ଉତ୍ତୋଳନ କରିବା ସ୍ବଭାଗ୍ୟ ଚକାପାଦ ଗୁରୁକୁଳ ସଂସ୍କୃତ ବିଦ୍ୟାଳୟ ମହାବିଦ୍ୟାଳୟ ରେ ସମସ୍ତ ସମସ୍ୟା ,ପ୍ରଥମଥର ପାଇଁ ଓଡିଶା ରେ ବିଜେପି ଦଳର ମୂଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ ସରକାର ଙ୍କ ଦୀର୍ଘ ସାତ ମାସରେ ପ୍ରତିଶୃତି ପ୍ରକାରେ ସରକାର ସିଧାସଳଖ ଭାବେ ଗ୍ରାମାଞ୍ଚଳ ଠାରୁ ସହରାଞ୍ଚଳ ପର୍ଯ୍ୟନ୍ତ ପ୍ରତେକ ସମସ୍ୟାର ସମାଧାନ ଦିଗରେ ଦୃଷ୍ଟି ଦେବାକୁ ବିଜେପି ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ ସରକାର ଅଣ୍ଟାଭିଡୁଛି, ବିଧାୟକ ଶ୍ରୀ ମଲିକ କହିଥିଲେ ଯେ ସମସ୍ୟାର ସମାଧାନ ପାଇଁ ମୂଖ୍ୟମନ୍ତ୍ରୀ ଙ୍କ ପାଖରେ ଉପସ୍ଥାପନା କରିବା ସହ ସମସ୍ତଙ୍କ ଉତର କାମନା କରିଥିଲେ।

କନ୍ଧମାଳ ଜିଲ୍ଲା ଇ ପି ଏ ରୁ ପ୍ରମୋଦ କୁମାର ନାୟକ ଫୁଲବାଣୀ

Leave a Reply

Your email address will not be published. Required fields are marked *

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।