November 13, 2025
Home » ଜଗତସିଂହପୁର ଠାରେ ପରାକ୍ରମ ଶୋଭାଯାତ୍ରା ଅନୁଷ୍ଠିତ

ଜଗତସିଂହପୁର ଠାରେ ପରାକ୍ରମ ଶୋଭାଯାତ୍ରା ଅନୁଷ୍ଠିତ

0
WhatsApp Image 2025-05-15 at 6.35.07 PM (1)

ଜଗତସିଂହପୁର: ଅପରେସନ ସିନ୍ଦୂରର ସଫଳତା ଓ ଭାରତୀୟ ସେନାବାହିନୀର ଦକ୍ଷତାକୁ ସମ୍ମାନ ଜଣାଇ ଆଜି ଜଗତସିଂହପୁର ସଦର ମହକୁମାର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ପରିସର ରୁ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପରାକ୍ରମ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ମାନ୍ୟବର ବିଧାୟକ ଜଗତସିଂହପୁର, ଶ୍ରୀ ଅମରେନ୍ଦ୍ର ଦାସ ଜାତୀୟ ପତାକା ଦେଖାଇ ଏହି ପରାକ୍ରମ ବାଇକ ଶୋଭାଯାତ୍ରାର ଶୁଭ ଉଦଘାଟନ କରିଥିଲେ। ବିଧାୟକ ଶ୍ରୀ ଦାସ ପରାକ୍ରମ ର ଏହି ଶୋଭାଯାତ୍ରା ଦେଶର ସୀମାନ୍ତ ରେ ଲଢ଼ୁଥିବା ଜାଗ୍ରତ ପ୍ରହରୀ ଭରତୀୟ ସେନା ଙ୍କ ଉଦ୍ଦେଶ୍ୟ ରେ ଉତ୍ସର୍ଗୀକୃତ ବୋଲି କହିଥିଲେ। ଦେଶଭକ୍ତି ର ଭାବନା ରେ ଉଦବୁଦ୍ଧ ହୋଇ ପ୍ରତ୍ୟେକ ଜନ ସାଧାରଣ ଏଥିରେ ଭାଗ ନେବାପାଇଁ ସେ ଉତ୍ସାହିତ କରିଥଲେ।ଭାରତୀୟ ସେନାର ଅଦମ୍ୟ ସାହସକୁ ସମ୍ମାନ ଜଣାଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ଏହି ଶୋଭାଯାତ୍ରାରେ ସମାଜର ସବୁ ବର୍ଗର ନାଗରିକଙ୍କ ସହ ପ୍ରଶାସନିକ ଅଧିକାରୀ,ପୋଲିସ ବାହିନୀ, ଅବସର ପ୍ରାପ୍ତ ସେନା ଅଧିକାରୀ, ସ୍କାଉଟ୍,ଏନସିସି କ୍ୟାଡେ଼ଟ, ଏନ ଏସ ଏସ,ଶିକ୍ଷକ, ମିଶନ ଶକ୍ତି ମହିଳା, ଛାତ୍ରଛାତ୍ରୀ, କ୍ରୀଡ଼ାବିତ, ବୁଦ୍ଧିଜୀବୀ, ସିଭିଲ ଡିଫେନସ୍ ଓ ଗଣ ମାଧ୍ୟମ ପ୍ରତିନିଧି ପ୍ରମୁଖ ସାମିଲ ହୋଇଥିଲେ।  ଜାମ୍ମୁ କାଶ୍ମୀରର ପହେଲଗାଓଁଠାରେ ହୋଇଥିବା ଆତଙ୍କବାଦୀ ଘଟଣା ପ୍ରତିବଦଳରେ ଅପରେସନ ସିନ୍ଦୁରର ସଫଳତା,ଦେଶର ସୀମା ସୁରକ୍ଷା ଦାୟିତ୍ୱରେ ଥିବା ଜାଗ୍ରତ ପ୍ରହରୀଙ୍କୁ ସମ୍ମାନ ଜଣାଇ ଷ୍ଟାଡିୟମ୍ ଠାରୁ ଆରମ୍ଭ ହୋଇଥିବା ପରାକ୍ରମ ରାଲି ସହର ପରିକ୍ରମା କରି ସଅଁରା ସ୍ଥିତ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ଠାରେ ପହଞ୍ଚିଥିଲା।


ଏହି ଅବସରରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ମନୋଜ କୁମାର ଭୋଇ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ କୁମାର ରାଉତ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ, ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ, ଜଗତସିଂହପୁର ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ପ୍ରମୁଖ ଉପସ୍ଥିତ ଥିଲେ। ବହୁ ସଂଖ୍ୟାରେ ଜନସାଧାରଣ ଉତ୍ସାହିତ ହୋଇ ହାତରେ ତ୍ରିରଙ୍ଗା ଧରି ଏହି ବାଇକ୍ ଶୋଭାଯାତ୍ରରେ ସାମିଲ ହୋଇଥିଲେ।

ତିର୍ତୋଲ ଈପିଏ ରୁ ଶ୍ରୀବତ୍ସ ପାଢ଼ୀ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *