ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର
ବରଗଡ: ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧିକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା ଏବଂ ଉପ-ଜିଲ୍ଲାପାଳ ସ୍ନେହା ଅରୁଗୁଲା ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

ସୂଚନାଯୋଗ୍ୟ କି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଆଧାରିତ ସମୁଦାୟ ୫୪ ଗୋଟି ଅଭିଯୋଗ ମଧ୍ୟରୁ ୪୩ ଗୋଟି ବ୍ୟକ୍ତିଗତ, ୧୧ ଗୋଟି ସାମୁହିକ ଅଭିଯୋଗ, ସେଥି ମଧ୍ୟରୁ ୨ ଗୋଟି ରେଡ୍ କ୍ରସ୍ ଓ ୨ ଗୋଟି ଅଭିଯୋଗର ତତକ୍ଷଣାତ ଶୁଣାଣି କରି ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଇପିଏର ଜିଲ୍ଳା ପ୍ରତିନିଧି କ୍ଷମା ନିଧି ବଣ୍ଡୁକିଙ୍କ(ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସୀ) ରିପୋର୍ଟ,
