February 9, 2026
Home » ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

0
WhatsApp Image 2026-02-09 at 4.21.51 PM
ବରଗଡ଼: ଭଟଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ଉପଜିଲ୍ଲାପାଳ ଶ୍ରୀ ପ୍ରସନ୍ନ କୁମାର ପାଣ୍ଡେ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଶ୍ରୀ କୁବେର ଚନ୍ଦ୍ର ମହନ୍ତ ଏବଂ ବ୍ଲକ ଅଧ୍ୟକ୍ଷ ଶ୍ରୀ ନିତ୍ୟାନନ୍ଦ ପଧାନ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।
ସୂଚନାଯୋଗ୍ୟ କି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଆଧାରିତ ସମୁଦାୟ ୪୮ ଗୋଟି  ଅଭିଯୋଗ ମଧ୍ୟରୁ ୩୦ ଗୋଟି ବ୍ୟକ୍ତିଗତ, ୧୮ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଇପିଏରୁ ବରଗଡ଼ ଜିଲ୍ଳା ପ୍ରତିନିଧି କ୍ଷମା ନିଧି ବଣ୍ଡୁକିଙ୍କ ରିପୋର୍ଟ( ଇଷ୍ଟର୍ଣ୍ଣ ପ୍ରେସ୍‌ ଏଜେନ୍ସୀ)

Leave a Reply

Your email address will not be published. Required fields are marked *