August 21, 2026
Home » ଜିଲ୍ଲାପାଳ ବିଦାୟ କାଳୀନ ସମ୍ବର୍ଦ୍ଧନl ଅନୁଷ୍ଠିତ

ଜିଲ୍ଲାପାଳ ବିଦାୟ କାଳୀନ ସମ୍ବର୍ଦ୍ଧନl ଅନୁଷ୍ଠିତ

0
WhatsApp Image 2024-08-11 at 12.52.20 PM

ରାୟଗଡ ଜିଲ୍ଲାର ଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟବାନ ମହାଜନଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଭାସ୍କର ରଇତଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ସଭାରେ ଜିଲ୍ଲା ମୁଖ୍ୟ ବିକାଶ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଶ୍ରୀ ନିହାର ରଞ୍ଜନ କହଁର, ଉପଜିଲ୍ଲାପାଳ ଗୁଣପୁର ସୁଶ୍ରୀ କିରଣଦୀପ କୌର, ରାୟଗଡ ଉପଜିଲ୍ଲାପାଳ ଶ୍ରୀମତୀ ସଂଘମିତ୍ରା ଦେଵୀ, ପିଡି ଦୁଡା ଶ୍ରୀ ଗୋରଚନ୍ଦ ଗମାଙ୍ଗ ଉପସ୍ଥିତ ଥିଲେ । ଜିଲ୍ଲାପାଳଙ୍କ ରାୟଗଡ ଜିଲାରୁ ବଦଳି ହୋଇ ସୁନ୍ଦରଗଡ଼ ଜିଲ୍ଲାପାଳ ଭାବେ ଯାଉଛନ୍ତି ଏବଂ ଶ୍ରୀ ମହାଜନଙ୍କ ଜିଲ୍ଲାରେ ସ୍ୱଳ୍ପକାଳୀନ ସମୟ ଭିତରେ ଜିଲ୍ଲାକୁ ପ୍ରଗତି ପଥରେ ଆଗେଇନେଉଥିବାରୁ ଜିଲ୍ଲାବାସୀଙ୍କ ପ୍ରିୟଭାଜନ ହୋଇ ପାରିଥିବାରୁ ସ୍ମରଣୀୟ ହୋଇ ରହିବେ । ଜିଲ୍ଲାପାଳ ଜିଲ୍ଲାରେ କମ ସମୟ କାର୍ଯ୍ୟ କାଳରେ ତାଙ୍କ କାର୍ଯ୍ୟ ଶୈଳୀ,କାର୍ଯ୍ୟ ପରିଚାଳନା ଓ ଦିଗଦର୍ଶନ ଉପରେ ସମସ୍ତ କର୍ମଚାରୀ ଆଲୋକପlତ କରିଥିଲେ । ଜିଲ୍ଲାପାଳଙ୍କ କାର୍ଯ୍ୟ ଦକ୍ଷତା ଓ କାର୍ଯ୍ୟ ଶୈଳୀ ପାଇଁ ରାୟଗଡରେ ଜନ ଆଦୃତ ଲାଭ କରିପାରଥିଲେ ଓ ସବୁଦିନ ପାଇଁ ମନେ ରହିବେ ବୋଲି ଅଧିକାଂଶ ବକ୍ତା ମାତାବ୍ୟକ୍ତ କରିଥିଲେ । ଏହି ବିଦାୟକାଳୀନ ସମ୍ବର୍ଦ୍ଧନା ସଭାରେ ଜିଲ୍ଲାସ୍ଥରୀୟ ଅଧିକାରୀ, ତାହସିଲଦାର,ବିଡ଼ିଓ ଓ ଅନ୍ୟାନ୍ୟ ଅଧିକାରୀମାନେ ଯୋଗଦେଇଥିଲେ ।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed