February 5, 2026
Home » ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ 

ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ 

0
unnamed (1)
ନୟାଗଡ଼,: ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଛି। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ) ବିଜୟାନନ୍ଦ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମ୍ବାଦ ଓ ସାମ୍ବାଦିକତା ଏବଂ ସାମ୍ପ୍ରତିକ ଅବସ୍ଥିତିରେ ଗଣମାଧ୍ୟମର ଭୂମିକା ଉପରେ ଆଲୋକପାତ କରିଥିଲେ।ଏଥିରେ ଜିଲ୍ଲାର ବହୁ ସଂଖ୍ୟକ ସାମ୍ବାଦିକ ଯୋଗ ଦେଇଥିଲା ବେଳେ ‘ଭ୍ରମାତ୍ମକ ଖବର ପ୍ରସାରଣ ବୃଦ୍ଧି ପରିପ୍ରେକ୍ଷୀରେ ଗଣମାଧ୍ୟମ ବିଶ୍ୱସନୀୟତାର ସଂରକ୍ଷଣ’ ଶୀର୍ଷକ ବିଷୟବସ୍ତୁ ଉପରେ ଆଲୋଚନା କରିଥିଲେ। ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।

Leave a Reply

Your email address will not be published. Required fields are marked *