July 5, 2025
Home » ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ

0
WhatsApp Image 2025-03-04 at 7.06.29 AM

ପୁରୀ : ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଆଜି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।ଏଥିରେ ୯୪ ଗୋଟି ଅଭିଯୋଗ ମିଳିଥିଲା।ଏଥିରେ ବ୍ୟକ୍ତିଗତ ଅଭିଯୋଗ ୭୦ ଗୋଟି, ଗ୍ରାମ ଅଭିଯୋଗ ୨୦ ଗୋଟି, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ସହାୟତା ସମ୍ପର୍କରେ ରହିଥିଲା।ତନ୍ମଧ୍ୟରୁ ୨୮ ଗୋଟିର ତୁରନ୍ତ ସମାଧାନ କରାଯାଇଥିଲା।ଅଭିଯୋଗ ଗୁଡିକ ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ପ୍ରେରଣ କରାଯାଇଥିଲା ବୋଲି ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା ଦିଆଯାଇଛି।ଅନ୍ୟ ମାନଙ୍କ ମଧ୍ୟରେ ଏସ ପି ବିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ଡା ଶରତ ଚନ୍ଦ୍ର ମହାପାତ୍ର,ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି,ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା,ଅତିରିକ୍ତ ଏସ ପି ଦେବବ୍ରତ ଚକ୍ର, ଉପ ଜିଲ୍ଲାପାଳ ରାଜ କିଶୋର ଜେନା,ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ, ଅଭିଯୋଗ ଶୁଣାଣି ଅଧିକାରୀ ଆଶୁତୋଷ ଦେ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଏହି ଶୁଣାଣିରେ ଯୋଗ ଦେଇଥିଲେ।

ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )

Leave a Reply

Your email address will not be published. Required fields are marked *