ଜିଲ୍ଲା ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

କେନ୍ଦୁଝର: କେନ୍ଦୁଝର ସହର ନିକଟସ୍ଥ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୋବିନ୍ଦପୁର ଠାରେ କେନ୍ଦୁଝର ଜିଲ୍ଲା ସ୍ତରୀୟ ଜାତୀୟ ବିଜ୍ଞାନ ପାଳିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ତିଳୋତ୍ତମା ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଜିଲ୍ଲା ବିଜ୍ଞାନ ପରିଦର୍ଶକ ପରମେଶ୍ୱର ମହାନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଜ୍ଞାନର ଗୁରୁତ୍ୱ ସମ୍ପର୍କରେ ଛାତ୍ରଛାତ୍ରୀ ମାନଙ୍କୁ ଜଣାଇଥିଲେ।
ମୁଖ୍ୟବକ୍ତା ଭାବେ ଶିରୀଶପାଳ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅନାଦି ଚରଣ ସାହୁ,ସମ୍ମାନୀତ ଅତିଥି ଭାବେ ଗୋବିନ୍ଦପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୁରନ୍ଦର ମହାନ୍ତ ଯୋଗ ଦେଇଥିଲେ। ଶିକ୍ଷକ ବିଜୟ କୁମାର ମିଶ୍ର ସ୍ୱାଗତ ଅଭିଭାଷଣ ସହ ସଭାର ଉଦ୍ଦେଶ୍ୟ ଜ୍ଞାପନ କରିଥିବାବେଳେ ଶିକ୍ଷୟିତ୍ରୀ ରଞ୍ଜିତା ରାଣୀ ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ।ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରୀମାନେ ବକ୍ତୃତା ଓ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ଭାଗ ନେଇ ବିଜୟୀ ପ୍ରତିଯୋଗୀ ମାନେ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ ହୋଇଥିଲେ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, କେନ୍ଦୁଝରର କିଶୋର ଚନ୍ଦ୍ର ମହାନ୍ତ, ମନୋଜ କୁମାର ମହାନ୍ତ,ଶିକ୍ଷକ କୃଷ୍ଣ ଚନ୍ଦ୍ର ମହାନ୍ତ, ଫଗୁ ଚରଣ ମହାନ୍ତ, ଦିଲ୍ଲୀପ କୁମାର ଗିରି, ସୁଶାନ୍ତ ମହାପାତ୍ର, ଶିକ୍ଷୟିତ୍ରୀ ସୁସ୍ମିତା ପ୍ରିୟମ୍ବଦା ରାଉତ, ସ୍ଵର୍ଣ୍ଣଲତା ନାୟକ, ଶୁଭଶ୍ରୀ ମହାନ୍ତ, ସଶ୍ମିତା ସାହୁ, ଅହଲ୍ୟା ମହାନ୍ତ,ଭାଗ୍ୟଶ୍ରୀ ମହାନ୍ତ ପ୍ରମୁଖ ସହଯୋଗ କରିଥିଲେ |ପରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଗୋବିନ୍ଦପୁରର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବିଜ୍ଞାନଭିତ୍ତିକ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶିତ ହୋଇଥିଲା।
କେନ୍ଦୁଝର ରୁ ରୁପା ପିଲ୍ଲାଇଙ୍କ ରିପୋର୍ଟ (ଇପିଏ)ଇଷ୍ଟର୍ନ ପ୍ରେସ