May 28, 2026
Home » ଝୁଲନ୍ତା ଅବସ୍ତାରେ ୧୧ ବର୍ଷୀୟ ଛାତ୍ରଙ୍କ ଛାତ୍ରାବାସରେ ମୃତଦେହ ଉଦ୍ଧାର ଶବ ବ୍ୟବଛେଦ ପାଇ କୋରାପୁଟ ଏସଏଲଏନ୍ ମେଡିକାଲକୁ ପଠାଇଛି ପୋଲିସ….ତଦନ୍ତ ଜାରି

ଝୁଲନ୍ତା ଅବସ୍ତାରେ ୧୧ ବର୍ଷୀୟ ଛାତ୍ରଙ୍କ ଛାତ୍ରାବାସରେ ମୃତଦେହ ଉଦ୍ଧାର ଶବ ବ୍ୟବଛେଦ ପାଇ କୋରାପୁଟ ଏସଏଲଏନ୍ ମେଡିକାଲକୁ ପଠାଇଛି ପୋଲିସ….ତଦନ୍ତ ଜାରି

0
WhatsApp Image 2024-11-09 at 10.25.30 PM

ରାୟଗଡା ଜିଲ୍ଲା କାଶୀପୁର ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଚତୁର୍ଥ ଶ୍ରେଣୀର ଜଣେ ଛାତ୍ର ଛାତ୍ରାବାସରେ ପରିସରରେ ଝୁଲନ୍ତା ଅବସ୍ତାରେ ଆତ୍ମହତ୍ୟା କରିଥିବା ଖବର ମିଳିଛି । ସର୍ବପ୍ରଥମେ ହଷ୍ଟେଲର ପିଅନ ଦେଖି ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ଜଣାଇବା ପରେ କାଶିପୁର ପୋଲିସ ଓ ପରିବାର ବର୍ଗଙ୍କୁ ଜଣାଇଥିଲେ । ଘଟଣା ସ୍ଥଳରେ କାଶିପୁର ପୋଲିସ ପହଞ୍ଚି ମରଶରୀର ଜବତ କରି କୋରାପୁଟ ଏସଏଲଏନ୍ ମେଡିକାଲ କଲେଜକୁ ପୋଷ୍ଟମର୍ଟମ କରିବାକୁ ପଠା ଯାଇଛି । ମୃତ ଛାତ୍ରଜଣଙ୍କ ଖୁରି ଗାଁର କୁନା ଝୋଡ଼ିଆଙ୍କର ଦ୍ଵିତୀୟ ସନ୍ତାନ ଉକ୍ତ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ୪ର୍ଥ ଶ୍ରେଣୀର ଛାତ୍ର ୧୧ ବର୍ଷୀୟ ଖଗେଶ୍ୱର ଝୋଡିଆ ବୋଲି ଜଣାପଡିଛି ।
କାଶୀପୁର ଭାରପ୍ରାପ୍ତ ଥାନା ଅଧିକାରୀ, କାଶୀପୁର ତହସିଲଦାର ଓ ରାୟଗଡ ଏସଡିପିଓ ଘଟଣାସ୍ଥଳରେ ପହଞ୍ଚି ୧୧ବର୍ଷୀୟ ଛାତ୍ରକୁ ଏହି ଚରମ ପଦକ୍ଷେପ ନେବାକୁ କେଉଁ ସମ୍ଭାବ୍ୟ କାରଣ ଥିଲା ତାହା ଜାଣିବା ପାଇଁ ପୋଲିସ ବିଦ୍ୟାଳୟର କର୍ତ୍ତୃପକ୍ଷଙ୍କୁ ପଚରାଉଚରା ସହ ପ୍ରତି କୋଣ ଅନୁକୋଣରୁ ତଦନ୍ତ ଚଲେଇ ଥିବା ଜଣାପଡିଛି ।‌ଏତେ କମ ବୟସର ପିଲା କେଉଁ ପରିସ୍ଥିତିରେ ବେକରେ ଟାୱଲ ଦେଇ କିପରି ଆତ୍ମହତ୍ୟା କରିଛନ୍ତି ତାହା ସମସ୍ତ ଅଞ୍ଚଳରେ ଶୋକରଛାୟା ଖେଳି ଯାଇଥିବା ବେଳେ ଘଟଣା ନେଇ ସମଗ୍ର ଅଞ୍ଚଳରେ ସନ୍ଦେହ ଘେରରେ । ମୃତ୍ୟୁର କାରଣ ଜଣାପଡି ନ ଥିବା ବେଳେ ପରିବାର ଲୋକେ ହତ୍ୟା କରାଯାଇଥିବା ସନ୍ଦେହରେ ପୋଲିସକୁ ଅଭିଯୋଗ କରିଛନ୍ତି ।
ପୋଲିସ ସୁଚନା ମୁତାବକ ଛାତ୍ର ଜଣକ ନଭେମ୍ୱର ୮ ତାରିଖରେ ସକାଳ ଜଳଖିଆ ଖାଇବା ପରେ ସମସ୍ତ ବିଦ୍ୟାର୍ଥି ତାପରେ ସ୍କୁଲ ପଳେଇ ଥିବା ବେଳେ ଏକା ହଷ୍ଟେଲରେ ରହିଯାଇଥିଲେ ଝୁଲନ୍ତା ଅବସ୍ଥାରେ ଖଗେଶ୍ୱରର ମୃତଦେହ ସର୍ବପ୍ରଥମେ ହଷ୍ଟେଲ ପିଅନ ଦେଖି ବିଦ୍ୟାଳୟ କତୃପକ୍ଷଙ୍କୁ ଜଣାଇବା ପରେ କାଶିପୁର ପୋଲିସ ପୋଲିସ ଘଟଣା ବିଷୟରେ ଜାଣି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା ।
ଉକ୍ତ ଘଟଣା ନେଇବିଦ୍ୟାଳୟ କର୍ତ୍ତୃପକ୍ଷ କାଶୀପୁର ଥାନାରେ ଏତଲା ଦେବା ପରେ କାଶିପୁର ପୋଲିସ କେସ୍ ନମ୍ବର ୯/୨୪ରେ ଏକ ମାମଲା ଋଜୁ କରିଛି । କେଉ କାରଣରୁ କେଉ ପରିସ୍ତିତିରେ କିପରି ୧୧ ବର୍ଷୀୟ ଛାତ୍ରର ଏପରି ଅଭାବନୀୟ ମୃତ୍ୟୁ ନେଇ ଶବ ବ୍ୟବଚ୍ଛେଦ ରିପୋର୍ଟ, ସହ ତଦନ୍ତ ସରିବା ପରେ ଅସଲି କାରଣ ଜଣାପଡ଼ିବ ବୋଲି କାଶିପୁର ଥାନା ଅଧିକାରୀ ସୂର୍ଯ୍ୟ ପ୍ରକାଶ ନାୟକ ସୂଚନାରେ କହିଛନ୍ତି । ଏହା ବ୍ୟତୀତ ଜଣେ ୧୧ ବର୍ଷର ଛୋଟ ପିଲା ଆତ୍ମହତ୍ୟାର କିପରି, କେଉଁ ପରିସ୍ଥିତିରେ,କାହାର ସଂପୃକ୍ତି/ଅନ୍ତର୍ଭୁକ୍ତ ରହିଛି ତାହା ନେଇ “ଫୋରେନସିକ୍ ଟିମ୍ ଯାଞ୍ଚ ରିପୋର୍ଟ,ପୋଷ୍ଟମର୍ଟମ ରିପୋର୍ଟ ସହ ପୋଲିସ ତଦନ୍ତ ରିପୋର୍ଟ ନେଇ ସମସ୍ତଙ୍କ ଅପେକ୍ଷାରେ।

ଆଗାମୀ ରଥଯାତ୍ରା ରେ ଶ୍ରଦ୍ଧାଳୁ ଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏ ନେଇ ଏକ ସମୀକ୍ଷା ବୈଠକ ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ୩୦ ଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ୮ ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅତିରିକ୍ତ ବ୍ୟବସ୍ଥା କରାଯାଉଛି। ଏଥି ସହିତ ୧୦ ଶଯ୍ୟା ବିଶିଷ୍ଟ ୮ ଟି ଅତିରିକ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ। ଏଥିରେ ଅତିରିକ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ନିୟୋଜିତ ରହିବେ। ବଡଦାଣ୍ଡ ସମେତ ପୁରୀ ସହର ର ପ୍ରମୁଖ ସ୍ଥାନ ଗୁଡିକରେ ଆଶୁ ଚିକିତ୍ସା କେନ୍ଦ୍ର ଖୋଲାଯିବ।୫୦ ରୁ ଅଧିକ ଆମ୍ବୁଲାନ୍ସ ବିଭିନ୍ନ ସ୍ଥାନରେ ମୁତୟନ କରାଯିବ। ବିଭିନ୍ନ ସ୍ୱେଚ୍ଛାସେବି ସଂଗଠନ ଙ୍କ ସହାୟତା ନିଆଯିବ। ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ସ୍ୱାସ୍ଥ୍ୟ ସେବାର ତଦାରଖ କରିବେ। ଆଇ ସି ୟୁ, ଟ୍ରମା କେୟାର କେନ୍ଦ୍ର ପ୍ରସ୍ତୁତ କରି ରଖାଯିବ। ପୁରୀ ରେ ଥିବା ସବୁ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କୁ ପ୍ରସ୍ତୁତ ରଖାଯିବ। ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ ରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ। ଗୁରୁତର ରୋଗୀ ଙ୍କୁ କଟକ, ଭୁବନେଶ୍ୱର ସ୍ଥାନାନ୍ତର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ। ଆମ୍ବୁଲାନ୍ସ ଗୁଡ଼ିକ ଯେଭଳି ସୁରୁଖୁରୁରେ ଯାତାୟାତ କରିପାରିବ ସେ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହେବ। ରଥଯାତ୍ରା ସମୟରେ ଲୋକ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ୨ ଶହ ଡାକ୍ତର ଙ୍କୁ ନିୟୋଜିତ କରାଯିବ। ଅପମିଶ୍ରିତ ଓ ବାସୀ ଖାଦ୍ୟ ବିକ୍ରି ବନ୍ଦ ପାଇଁ ଖାଦ୍ୟ ନିରାପତ୍ତା ଅଧିକାରୀ ମାନେ ଯାଞ୍ଜ କରିବେ। ରଥଯାତ୍ରା ସ୍ୱାସ୍ଥ୍ୟ ସେବାକୁ ଶୃଙ୍ଖଳିତ କରିବା ପାଇଁ ଅନୁଷ୍ଠିତ ହୋଇଥିବା ବୈଠକ ରେ ପୁରୀ ମହାନଗର ନିଗମ ର କମିଶନର, ଅତିରିକ୍ତ ଜିଲ୍ଲାପାଳ, ଏସପି, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ସାମିଲ ହୋଇଥିଲେ। ରଥଯାତ୍ରା ର ଭକ୍ତ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବା ସ୍ୱେଚ୍ଛାସେବୀ ଦେବାଶିଶ ମିଶ୍ର କୁହନ୍ତି, ରଥଯାତ୍ରା ଭିଡ଼ରେ ବଡ ଆମ୍ବୁଲାନ୍ସ ଯାତାୟାତ ରେ ବହୁତ୍ ସମସ୍ୟା ସୃଷ୍ଟି କରୁଛି। ଏଣୁ ଆମେ ଜିଲାପାଳ ଙ୍କୁ ପ୍ରସ୍ତାବ ଦେଲୁ କିଛି ଛୋଟ ଆମ୍ବୁଲାନ୍ସ ନିୟୋଜିତ କରାଯାଉ। ଏହା ଦ୍ଵାରା ଆମ୍ବୁଲାନ୍ସ ଯାତାୟାତ ରେ ସୁବିଧା ହେବା ସହ ଲୋକ ମାନେ ତ୍ୱରିତ ଚିକିତ୍ସା ସେବା ପାଇପାରିବେ। ଆଉ ଏକ ପ୍ରସ୍ତାବ ରହିଚି ବଡ ଦାଣ୍ଡ ରେ ଅଧିକ ଶୀତତାପ ନିୟନ୍ତ୍ରିତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଉ। ଏହା ଦ୍ଵାରା ଅଯଥା ରେ ଲୋକ ଙ୍କୁ ମୁଖ୍ୟ ଚିକିତ୍ସାଳୟ କୁ ନିଆନଯାଇ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ । ଆମେ ଜିଲାପାଳ ଙ୍କୁ ଅନୁରୋଧ କରିଛୁ ଗୁଣ୍ଡିଚା ମନ୍ଦିର ନିକଟ ରେ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯିବା ନେଇ ଅନୁମତି ଦିଆଯାଉ। ଏହା ହେଲେ ମନ୍ଦିର ଭିତରେ ଅବା ବାହାରେ କିଛି ଅଘଟଣ ଘଟିଲେ ସଙ୍ଗେ ସଙ୍ଗେ ଚିକିତ୍ସା ସେବା ଲୋକ ଙ୍କୁ ଓ ସେବାୟତ ଙ୍କୁ ଚିକିତ୍ସା ସେବା ଦେଇହେବ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଚଳିତ ରଥଯାତ୍ରା ରେ ଲୋକ ଙ୍କୁ କିଭଳି ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ ସେ ନେଇ ଏକ ମାର୍ଗଦର୍ଶିକା କରାଯାଇଛି। ବଡଦାଣ୍ଡ ସମେତ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ୮ ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ । ମୋଟ ୮୦ ବେଡ ବିଶିଷ୍ଟ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସବୁ ପ୍ରକାର ଚିକିତ୍ସା ସେବା ବ୍ୟବସ୍ଥା ରହିବ। ସବୁ ପ୍ରକାର ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ଉପକରଣ ଓ ସ୍ପେଶଲିଷ୍ଟ ଡାକ୍ତର ରହିବେ। ଏ ନେଇ ଆଜିର ବୈଠକ ରେ ଆଲୋଚୋନା ହେଲା। ଆମ୍ବୁଲାନ୍ସ କିଭଳି ଯାତାୟାତ କରିବ, ସ୍ୱେଚ୍ଛାସେବୀ ଙ୍କୁ ତାଲିମ ପ୍ରଦାନ ସେ ନେଇ ସବିଶେଷ ଆଲୋଚନା ହୋଇଛି। ମାର୍ଗଦର୍ଶିକା ଅନୁଯାୟୀ ରଥଯାତ୍ରା, ସୁନାବେଶ, ବାହୁଡ଼ା ରେ ସ୍ୱାସ୍ଥ୍ୟ ସେବା ଲୋକ ଙ୍କୁ ଯୋଗାଇ ଦିଆଯିବ। ଆଗାମୀ ଜୁନ ୨୯ ରେ ମହାପ୍ରଭୁ ଙ୍କ ସ୍ନାନଯାତ୍ରା ଓ ଜୁଲାଇ ୧୬ ରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ଦୁଇ ଯାତ୍ରାରେ ଦଇତାପତି ସେବକ ଙ୍କ ଗୁରୁ ଦାୟିତ୍ୱ ରହିଛି । ଦଇତାପତି ସେବକମାନେ ମହାପ୍ରଭୁ ଙ୍କୁ ସ୍ନାନଯାତ୍ରାରେ ରତ୍ନସିଂହାସନ ରୁ ପହଣ୍ଡି ରେ ଆଣି ସ୍ନାନ ବେଦୀ କୁ ଆଣିବେ। ସେହିପରି ଆଗାମୀ ରଥଯାତ୍ରାରେ ମଧ୍ୟ ଦଇତାପତି ସେବକ ମାନେ ମହାପ୍ରଭୁ ଙ୍କୁ ପହଣ୍ଡି ଆଣି ରଥ ଉପରେ ଠାକୁର ଙ୍କୁ ବିରାଜମାନ କରାଇବେ। ତେବେ ଠାକୁର ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଓ ସୁରକ୍ଷିତ ଢଙ୍ଗରେ ହୋଇ ପାରିବ ସେ ନେଇ ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପ ମୁଖ୍ୟପ୍ରଶାସକ ଦିବ୍ୟଜ୍ୟୋତି ପରିଡା। ଶ୍ରୀମନ୍ଦିର କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଥିବା ବୈଠକ ରେ ଶ୍ରୀମନ୍ଦିର ଦଇତାପତି ନିଯୋଗ ର କର୍ମକର୍ତ୍ତା ଯୋଗ ଦେଇଥିଲେ।୨୦୨୪ ରଥଯାତ୍ରା ରେ ଆଡ଼ପ ମଣ୍ଡପ ବିଜେ ବେଳେ ବଡ ଠାକୁର ଶ୍ରୀବଳଭଦ୍ର ରଥ ରୁ ଚାରମାଳ କୁ ଖସି ପଡ଼ିଥିଲେ। ଏଣୁ ଏଭଳି ଅଘଟଣ କିଭଳି ଆଗାମୀ ଦିନରେ ହେବ ନାହିଁ ଏବଂ ଶୃଙ୍ଖଳିତ ଢଙ୍ଗରେ ପହଣ୍ଡି କାର୍ଯ୍ୟ ସମାପନ ହେବ ସେ ନେଇ ଜିଲ୍ଲାପାଳ ଆଲୋଚନା କରିଥିଲେ। ପହଣ୍ଡି ପାଇଁ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ସଂଖ୍ୟାରୁ ଯେଭଳି ଅଧିକ ସେବକ ନ ରହିବେ ସେ ନେଇ ଆଲୋଚନା ହୋଇଥିଲା। ସେହିପରି ନିର୍ଦ୍ଧାରିତ ସମୟ ଅନୁସାରେ ସମସ୍ତ ନୀତି ଯେଭଳି ପାଳନ ହେବ ସେ ନେଇ ମଧ୍ୟ ଆଲୋଚାନା ହୋଇଛି। ତେବେ ମହାପ୍ରଭୁ ସ୍ନାନଯାତ୍ରା, ଅଣସର, ନବଯୌବନ, ନେତ୍ରୋତ୍ସବ ସମସ୍ତ ନୀତି ଶୃଙ୍ଖଳିତ କରିବାକୁ ବାଡଗ୍ରାହୀ ସେବକ ମତ ରଖିଛନ୍ତି। ଦଇତାପତି ସେବକ ଭବାନୀ ଦାସ ମହାପାତ୍ର ନିଜ ପ୍ରତିକ୍ରିୟାରେ କୁହନ୍ତି, ଆଗାମୀ ରଥଯାତ୍ରା ରେ କିଭଳି ମହାପ୍ରଭୁ ଙ୍କ ସମସ୍ତ ନିତିକାନ୍ତି, ଭକ୍ତ ଙ୍କ ଦର୍ଶନ ସୁରୁଖୁରୁରେ ଶୃଙ୍ଖଳିତ ଭାବରେ ହୋଇପାରିବ ସେ ନେଇ ଜିଲ୍ଲାପାଳ ଙ୍କ ସହ ଆଲୋଚନା ହୋଇଛି। ସେବାୟତ ଙ୍କ ମଧ୍ୟରେ ଯେଭଳି ଏକ ସମନ୍ଵୟ ରହିବ ସେ ନେଇ ଆଲୋଚନା ହୋଇଥିଲା। ମହାପ୍ରଭୂ ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଢଙ୍ଗରେ ହୋଇପାରିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ତେବେ ମହାପ୍ରଭୁ ଙ୍କ କାର୍ଯ୍ଯ କୁ ଶୃଙ୍ଖଳିତ ଭାବରେ କରିବା ପାଇଁ ଦଇତାପତି ସେବକ ସମ୍ପୂର୍ଣ ପ୍ରସ୍ତୁତ ରହିଚନ୍ତି। ଏହି ଭରସା ଆମେ ପ୍ରଶାସନ କୁ ଦେଇଛୁ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗାମୀ ରଥଯାତ୍ରା କୁ ଶୃଙ୍ଖଳିତ ଭାବେ ଆୟୋଜନ ନେଇ ସବୁ ସେବାୟତ ବିଯୋଗ ସହ ଆଲୋଚନା କରାଯାଉଛି। ମହାପ୍ରଭୁ ଙ୍କ ଶୃଙ୍ଖଳିତ ନୀତି କାନ୍ତି ଓ ପହଣ୍ଡି ପ୍ରସଙ୍ଗ ରେ ମଧ୍ୟ ଦଇତାପତି ସେବକ ଙ୍କ ସହ ଆଲୋଚନା ହୋଇଛି। ଆମର ଆଶା ରହିଛି ମହାପ୍ରଭୁ ଙ୍କ କୃପାରୁ ରଥଯାତ୍ରା ସୁରୁଖୁରୁରେ ସମାପନ ହେବ।

Leave a Reply

Your email address will not be published. Required fields are marked *

You may have missed