ତରଭା ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ମେଣ୍ଡା ରେ ଅନୁଷ୍ଠିତ
ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ତରଭା ପଞ୍ଚାୟତ ସମିତି ଅନ୍ତର୍ଗତ ମେଣ୍ଡା ଗ୍ରାମ କାର୍ଯ୍ୟାଳୟ ସ୍ଥିତ ମେଣ୍ଡା ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ପ୍ରାଙ୍ଗଣ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୬୨ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୨୮ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୩୪ ଗୋଟି ସାମୁହିକ ଦରଖାସ୍ତ ହସ୍ତଗତ ହୋଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ତରଭା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗଙ୍ଗାରାମ ବୁଡେକଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ ) ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ଅଧ୍ୟକ୍ଷ, ତରଭା ପଞ୍ଚାୟତ ସମିତି ସରୋଜ କୁମାର କମ୍ପ, ସୋନପୁର ଉପ – ଜିଲ୍ଲାପାଳ ଡ଼. ସୌମ୍ୟାରୂପା ରଥଙ୍କ ସମେତ ତହସିଲଦାର, ତରଭା, ସୁଶ୍ରୀ ଶ୍ୱେତଲିନା ମାହାଣା, ସରପଞ୍ଚ, ମେଣ୍ଡା ଗ୍ରାମ ପଞ୍ଚାୟତ ଲିଜାରାଣୀ ଦଣ୍ଡସେନା ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ l
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ….
