May 17, 2025
Home » ତରଭା ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ରେ ବିଭିନ୍ନ ୪୮ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ତରଭା ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ରେ ବିଭିନ୍ନ ୪୮ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

0
WhatsApp Image 2024-08-12 at 5.24.31 PM (1)

 

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୮ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ୩୮ ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୦ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ଅଦ୍ୟ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ଆନୁକୂଲ୍ୟରେ ପାଞ୍ଚଗୋଟି ଦମ୍ପତି ଙ୍କୁ @ ଟ ୨,୫୦,୦୦୦ ଲେଖାଏଁ ଭିନ୍ନକ୍ଷମ ବିବାହ ପ୍ରୋତ୍ସାହନ ରାଶି ପ୍ରଦାନ କରିଥିଲେ। ବିଡିଓ, ତରଭା ଅନିଲ କୁମାର କୁଲୁ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସୁବର୍ଣ୍ଣପୁର ସୂରଜ କୁମାର ପଟ୍ଟନାୟକ, ସି ଡି ଏମ ଓ ଡ. ଦୁର୍ଗା ଦତ୍ତ ଦାସ, ଅବକାରୀ ଅଧିକ୍ଷକ ପ୍ରବୀର କୁମାର ସାମଲ, ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ , ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଅଶୋକ କୁମାର ମିଶ୍ର, ତହସିଲଦାର ତରଭା , ନିର୍ବାହୀ ଅଧିକାରୀ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଭା, ଡେପୁଟି କଲେକ୍ଟର ( ଗ୍ରୀଭେନସ ) ଶୁଭଶ୍ରୀ ରଥ,ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

 

ରିପୋର୍ଟ – ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

Leave a Reply

Your email address will not be published. Required fields are marked *