ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୪ ପ୍ରସ୍ତୁତି:
ରାଷ୍ଟ୍ରୀୟ ଆଇନ ସେବା ପ୍ରାଧିକରଣ ଏବଂ ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଧେଶ କ୍ରମେ ନବରଙ୍ଗପୁର ଠାରେ ଆସନ୍ତା ସେପ୍ଟେମ୍ବର ୧୪ ତାରିଖ ଶନିବାର ଦିନ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୪ ଅନୁଷ୍ଟିତ ହେବାକୁ ଯାଉଛି । ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଜିଲ୍ଲା ଦୌରାଜର୍ଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ର ଅଧ୍ୟକ୍ଷ ଶ୍ରୀଯୁକ୍ତ ସୁବ୍ରତ ମହାନ୍ତିଙ୍କ ଆଦେଶ କ୍ରମେ ନବରଙ୍ଗପୁର, ଉମରକୋଟ, ରାଇଘର, ଚନ୍ଦାହାଣ୍ଡି ଓ ଝରିଗାଁରେ ଥିବା ବିଚାରାଳୟ ଗୁଡିକରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୪ ଅନୁଷ୍ଟିତ ହେବାକୁ ଯାଉଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାର ବିଚାରଧୀନ ମକଦ୍ଧମା ଯଥା-ଦେୱାନୀ, ଫୌଜଦାରୀ (ସାଲିସ ଯୋଗ୍ୟ), ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ବ୍ୟ।ଙ୍କ ଋଣ, ବିଦୁତ ଓ ଜଳ ଯୋଗାଣ, ପାରିବାରିକ, ଜମି ଅଧିଗ୍ରହଣ, ଶ୍ରମ ବିବାଦ, ଚେକ ବାଉନ୍ସ ଇତ୍ୟାଦି ମକଦ୍ଧମାର ଆପୋଶ ସହମତିରେ ସହଜଓ ଚୁଡାନ୍ତ ସମାଧାନ ହୋଇଥାଏ । ଏହି ଲୋକ ଅଦାଲତରେ କେବଳ ବିଚାରଧୀନ ମକଦ୍ଧମା ନୁହେଁ, ବରଂ ପ୍ରାକ- ମକଦ୍ଧମା ସ୍ତରୀୟ (ମକଦ୍ଧମାକୁ ଯିବା ପୂର୍ବରୁ) ବିବାଦ ଯଥା- ବ୍ୟ।ଙ୍କ ଋଣ ଦେୟ, ବିଜୁଳି/ ଜଳ ଯୋଗାଣ ଦେୟ, ଚେକ ବାଉନ୍ସ ସମ୍ବଦ୍ଧିୟ ବିବାଦ, ଶ୍ରମବିବାଦ ଇତ୍ୟାଦିର ଆପୋଶ ସହମତିରେ ସମାଧାନ ମଧ୍ୟ ହୋଇପାରିବ । ସବିଶେଷ ବିବରଣୀ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର, ତାଲୁକ ଆଇନ ସେବା କମିଟି, ଉମରକୋଟ ଓ ଚନ୍ଦାହାଣ୍ଡି ସହ ତୁରନ୍ତ ଯୋଗାଯୋଗ ନମ୍ବର: ୧୫୧୦୦/୦୬୮୫୮-୨୨୨୪୪୫/ ୦୬୮୫୮-୨୨୨୫୪୫ ଯୋଗାଯୋଗ କରନ୍ତୁ ବୋଲି ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀମତୀ ସାଇ ଅଭୀପ୍ସା ଗୋଛାୟତ ସୂଚନା ଦେଇଛନ୍ତି।
ରିପୋର୍ଟ:ନବରଙ୍ଗପୁର ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ