August 20, 2026
Home » ଦାଦାବଟି ମାଗି ୩ ଗିରଫ।

ଦାଦାବଟି ମାଗି ୩ ଗିରଫ।

0
WhatsApp Image 2026-05-22 at 10.29.44 AM

ତାଳବଣିଆ ଥାନା ଅନ୍ତର୍ଗତ ହୁଳୁହୁଳିଆ ପୋଲ ନିକଟରେ ଛୁରି ଦେଖାଇ ପର୍ଯ୍ୟଟକମାନଙ୍କୁ ଦାଦାବଟି ଆଦାୟ କରୁଥିବା ସିଦ୍ଧମହାବୀର ମନ୍ଦିର ପଛପଟେ ରହୁଥିବା ସୌମ୍ୟରଞ୍ଜନ ଶ୍ରୀଚନ୍ଦନ ପଟ୍ଟନାୟକ(୩୪), ପେଣ୍ଠକଟା ସାମୁଦ୍ରିକ ଥାନା ଅନ୍ତର୍ଗତ ବ୍ରାହ୍ମଣପୋଖରୀର କାଜଲ ଦାସ(୨୨) ଓ ସମୁଦ୍ରକୂଳ ଥାନା ଅନ୍ତର୍ଗତ ରେଲୱେ କଲୋନିର ବାବୁଲି ନାୟକ(୨୨)ଙ୍କୁ ପୁଲିସ ଧରିବାରେ ସକ୍ଷମ ହୋଇଛି। ଏ ସଂକ୍ରାନ୍ତରେ ତାଳବଣିଆ ଥାନାରେ ପୁଲିସ ନିଜଆଡ଼ୁ ୧୭୮/୨୬ ନମ୍ବରରେ ଏକ ମାମଲା ରୁଜୁ କରି ଆଜି ୩ ଜଣଙ୍କୁ କୋର୍ଟଚାଲାଣ କରିଛି | ଏମାନେ ଦାଦାବଟି ଆଦାୟ କରୁଥିବା ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା | ସୌମ୍ୟରଞ୍ଜନ ନାମରେ ପୂର୍ବରୁ ୪ଟି ମାମଲା, କାଜଲ ନାମରେ ପୂର୍ବରୁ ୧୮ଟି ଓ ବାବୁଲି ନାମରେ ପୂର୍ବରୁ ଦୁଇଟି ମାମଲା ରହିଛି |

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed