ଦୀପାବଳିରେ ହୋଇପାରେ ବର୍ଷା

0 7

ଭୁବନେଶ୍ୱର: ଉତ୍ତର ଶ୍ରୀଲଙ୍କାଠାରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳ ଯାଏ ଲମ୍ବିଥିବା ଟ୍ରପ୍‌ ଲାଇନ୍‌ ପ୍ରଭାବରେ ଉପକୂଳ ଓ ଏହାକୁ ଲାଗିଥିବା ଆଭ୍ୟନ୍ତରୀଣ ଓଡ଼ିଶାରେ କୋହଲା ପାଗ ଲାଗିରହିଛି। ଏଥିସହିତ ଦକ୍ଷିଣ ଓଡ଼ିଶା ଓ ଏହାର ନିକଟବର୍ତ୍ତୀ କିଛି ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ଭିତରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଏଚ୍‌.ଆର. ବିଶ୍ୱାସ। ସୂଚନା ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡ, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ହୋଇପାରେ। ସେହିପରି ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣରେ ବର୍ଷା ହୋଇପାରେ। ଏହା ବ୍ୟତୀତ ୪, ୫ ଓ ୬ ତାରିଖରେ ମଧ୍ୟ କେତେକ ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଏଚ୍‌.ଆର. ବିଶ୍ୱାସ କହିଛନ୍ତି।

ଗତ ୨୪ ଘଣ୍ଟା ଭିତରେ ଦକ୍ଷିଣ ଓଡ଼ିଶାରେ କେତେକ ସ୍ଥାନରେ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ତେବେ ଗଞ୍ଜାମ ଜିଲ୍ଲା ଗୋପାଳପୁରରେ ଅଧିକ ବର୍ଷା ହୋଇଥିଲା। ଏଠାରେ ୧୦୩.୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

ଇପିଏ ରୁ ବିରଞ୍ଚିନାରାୟଣ ପତ୍ରୀଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )

Leave A Reply

Your email address will not be published.