August 22, 2026
Home » ଧର୍ମଗଡ ଠାରେ ଏଲ୍‌ଇଡି ବୋର୍ଡ ଉଦ୍‌ଘାଟିତ

ଧର୍ମଗଡ ଠାରେ ଏଲ୍‌ଇଡି ବୋର୍ଡ ଉଦ୍‌ଘାଟିତ

0
WhatsApp Image 2026-01-10 at 12.54.28 PM

ଧର୍ମଗଡ଼ :ଧର୍ମଗଡ଼ ଏନଏସି ଅନ୍ତର୍ଗତ ଚାରିଛକ ନିକଟରେ ନୂତନ ଏଲ୍‌ଇଡି ବୋର୍ଡର ଉଦ୍‌ଘାଟନ ହୋଇଛି। କାର୍ଯ୍ୟକ୍ରମରେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଷୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହାର ଉଦ୍‌ଘାଟନ କରିବା ସହିତ ଏହି ଏଲ୍‌ଇଡି ବୋର୍ଡ ମାଧ୍ୟମରେ ସରକାରୀ ସୂଚନା, ଜନସେବାମୂଳକ କାର୍ଯ୍ୟକ୍ରମ ଓ ସରକାରଙ୍କ ବିକାଶମୂଳକ ଯୋଜନାଗୁଡ଼ିକ ସାଧାରଣ ଜନତାଙ୍କୁ ସହଜରେ ପହଞ୍ଚିପାରିବ ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମରେ ଧର୍ମଗଡ଼ ନଗରପାଳ ଅଶୋକ ମହାନ୍ତି, ଉପାଧ୍ୟକ୍ଷା ମନୀଷା ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।ହିସାବ ରକ୍ଷକ ହିମାଂଶୁ ଶେଖର ରଣା, ବରିଷ୍ଟ କିରାଣି ରବୀନ୍ଦ୍ରନାଥ ପରିଡା,ସ୍ବଚ୍ଛ ପରିମଳଅଧିକାରୀ ଅଭିନନ୍ଦନ ପ୍ରଧାନ, ଆଶିଷ ପଣ୍ଡା, ଯଶୋବନ୍ତ ମହାପାତ୍ର, ପରମେଶ୍ବରଚୌହାନ, ବାହାନା ତାଣ୍ଡି, ଧନୁରାମ କାଣ୍ଡଙ୍କ ସମେତ ସମସ୍ତ କାଉନସିଲର, ସ୍ବଚ୍ଛସାଥୀ ଏବଂ ଏନ୍ଏସି କର୍ମଚାରୀ ସହଯୋଗ କରିଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।