November 18, 2026
Home » ନମ୍ରତା ଫାଉଣ୍ଡେସନ୍‌ ପକ୍ଷରୁ ଆମ୍ବଝରି ଠାରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ନମ୍ରତା ଫାଉଣ୍ଡେସନ୍‌ ପକ୍ଷରୁ ଆମ୍ବଝରି ଠାରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

0
WhatsApp Image 2026-11-18 at 1.48.25 PM (1)

 

ସୁବର୍ଣ୍ଣପୁର –ଆଜି ବୌଦ୍ଧ ଜିଲ୍ଲା ଅନ୍ତର୍ଗତ ଖୁଣ୍ଟବନ୍ଧ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ନମ୍ରତା ଫାଉଣ୍ଡେସନ ବାଉଁଶୁଣୀ ଏବଂ ମହାନଦୀ ନେତ୍ର ଚିକିତ୍ସାଳୟ ପଣ୍ଡାପାଲି ବୀରମହାରାଜପୁର ର ମିଳିତ ଆନୁକୂଲ୍ୟରେ ଏକ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ  ହୋଇଯାଇଛି।ଏହି ଶିବିର ସକାଳ ୧୦ଘ. ରୁ ଆରମ୍ଭ ହୋଇ ୧.୦୦ଘ ରେ ଶେଷ ହୋଇଥିଲା,ଏହି ଶିବିରରେ ଖୁଣ୍ଟବନ୍ଧ ଗ୍ରାମ ପଞ୍ଚାୟତ ଏବଂ ଆଖ ପାଖ ଅଞ୍ଚଳ ର ଅନେକ ରୋଗୀ ନିଜର ଚକ୍ଷୁ ପରୀକ୍ଷା କରିବା ସହ ସୁଲଭ ମୂଲ୍ୟରେ ଚଷମା ନେଇଥିଲେ ଓ ଯେଉଁ ରୋଗୀ ମାନଙ୍କର ମତିଆ ବିନ୍ଦୁ ଅପରେସନ ଦରକାର ଥିଲା ତାଙ୍କୁ ପଣ୍ଡାପାଲି ସ୍ଥିତ ମହାନଦୀ ନେତ୍ର ଚିକିତ୍ସାଲୟ କୁ ଅପରେସନ ପାଇଁ ନିଆଯାଇଥିଲା,ଏହି ଶିବର ରେ ନମ୍ରତା ଫାଉଣ୍ଡେସନ ର ସମସ୍ତ ସଦସ୍ୟ,ଖୁଣ୍ଟବନ୍ଧ ଗ୍ରାମ ପଂଚାୟତ ର ସରପଞ୍ଚ ଏବଂ ମହାନଦୀ ନେତ୍ର ଚିକିତ୍ସାଲୟ ର କର୍ମଚାରୀ ମାନେ ଉପସ୍ଥିତ ରହି ଶିବିର କୁ ସଫଳ କରିବାରେ ସହଯୋଗ କରିଥିଲେ l

 

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ..

Leave a Reply

Your email address will not be published. Required fields are marked *