November 4, 2026
Home » ନୟାଗଡ଼ରେ ଜିଲ୍ଲାସ୍ତରୀୟ ମାଣ୍ଡିଆ ଦିବସ ପାଳିତ 

ନୟାଗଡ଼ରେ ଜିଲ୍ଲାସ୍ତରୀୟ ମାଣ୍ଡିଆ ଦିବସ ପାଳିତ 

0
1001367364
ନୟାଗଡ଼, ( ଇପିଏ ) ନୟାଗଡ ପୂର୍ବାହ୍ନ ଘ.୧୦. ୩୦ମି. ସମୟରେ ନୟାଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହଠାରେ ଜିଲ୍ଲା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଶ୍ରୀ ଅନ୍ନ ଅଭିଯାନ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ମାଣ୍ଡିଆ ଦିବସ-୨୦୨୬ ପାଳିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଶ୍ରୀମତୀ ମଧୁମିତା ରଥ ଅଧ୍ୟକ୍ଷତା କରିଥିଲେ ।
ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଇଂ ଶ୍ରୀଯୁକ୍ତ ଦେବାଶିଷ ପଟ୍ଟନାୟକ ଯୋଗଦାନ କରି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ । ଅନ୍ୟାନ୍ୟ ଅତିଥି ମାନଙ୍କ ମଧ୍ୟରେ ମାନ୍ୟବର ବାଚଷ୍ପତି, ଓଡ଼ିଶା ବିଧାନସଭାଙ୍କ ପ୍ରତିନିଧି ତଥା ଜିଲ୍ଲା ପରିଷଦ ସଦସ୍ୟ ଶ୍ରୀଯୁକ୍ତ ଅଭିଷେକ ସାମନ୍ତରାୟ, ମାନ୍ୟବର କନ୍ଧମାଳ ସଂସଦଙ୍କ ପ୍ରତିନିଧି ଶ୍ରୀଯୁକ୍ତ କିଶୋର ଚନ୍ଦ୍ର ଦଳବେହେରା, ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ କିଶୋର ଚନ୍ଦ୍ର ସାହୁ, ନୟାଗଡ଼ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ଲଗ୍ନଜିତ୍ ରାଉତ, ନୟାଗଡ଼ ଉପ ଜିଲ୍ଲାପାଳ ଶ୍ରୀଯୁକ୍ତ କିଶୋର କୁମାର ପଣ୍ଡା, କୃଷି ବିଜ୍ଞାନ କେନ୍ଦ୍ର, ନୟାଗଡ଼ର ପ୍ରମୁଖ ବୈଜ୍ଞାନିକ ତଥା ମୁଖ୍ୟ ଡ. ଅନିଲ କୁମାର ସ୍ଵାଇଁ ପ୍ରମୁଖ ଯୋଗଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନେକ ଜନ ପ୍ରତିନିଧି, ଜିଲ୍ଲାସ୍ତରୀୟ ଅଧିକାରୀଗଣ, ବ୍ଲକସ୍ତରୀୟ କୃଷି ଓ ଆନୁଷଙ୍ଗୀକ ବିଭାଗର ଅଧିକାରୀଗଣ, କୃଷି ବିଜ୍ଞାନ କେନ୍ଦ୍ର, ନୟାଗଡ଼ର ବୈଜ୍ଞାନିକଗଣ, ନୟାଗଡ଼ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା କୃଷକ ଭାଇ ଓ ଭଉଣୀ ମାନେ, ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟ, ସୁଗମକାରୀ ସଂସ୍ଥାର ସଦସ୍ୟ, ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା ଛାତ୍ରଛାତ୍ରୀ ଏବଂ ସେମାନଙ୍କର ଅଭିଭାବକ ମାନେ ଅଂଶଗ୍ରହଣ କରିଥିଲେ।
“ସହନଶୀଳ ଖାଦ୍ୟ ପ୍ରଣାଳୀ ପାଇଁ ଗୋଷ୍ଠୀଭିତ୍ତୀକ ବିହନ ବ୍ୟବସ୍ଥା ଓ କୃଷି ଜୈବ ବିବିଧତା” ଶୀର୍ଷକ ବିଷୟ ବସ୍ତୁ ଉପରେ ଆଧାରିତ ଏହି କାର୍ଯ୍ୟକ୍ରମରେ ମାଣ୍ଡିଆ ତଥା ଅନ୍ୟାନ୍ୟ ପୁଷ୍ଟିଶସ୍ୟର ପୋଷଣ ଗୁଣବତ୍ତା ତଥା ପରିବେଶ ଅନୁକୂଳ ପ୍ରଭାବ ସମ୍ପର୍କରେ ଆଲୋଚନା କରାଯାଇଥିଲା । ଉପସ୍ଥିତ ଅତିଥି ବୃନ୍ଦ ଏହି ଚାଷରେ ବୈଜ୍ଞାନିକ ଜ୍ଞାନକୌଶଳକୁ ବିନିଯୋଗ କରି କିପରି ଉତ୍ପାଦନ ବୃଦ୍ଧି କରାଯାଇ ପାରିବ ସେଥିପ୍ରତି କୃଷକମାନଙ୍କ ମଧ୍ୟରେ ସଚେତନ‌ତା ସୃଷ୍ଟି କରିଥିଲେ । ମହିଳା ଚାଷୀମାନେ ପାରମ୍ପରିକ ଫସଲଗୁଡ଼ିକୁ ସଂରକ୍ଷଣ କରିବା ସହ ଜୈବ ବିବିଧତା କୁ ସୁରକ୍ଷା ଦେବାରେ ପ୍ରମୁଖ ଭୂମିକା ଗ୍ରହଣ କରି ମାଣ୍ଡିଆକୁ ପ୍ରତ୍ୟେକ ଘରର ଖାଦ୍ୟ ଥାଳିରେ କିପରି ପହଞ୍ଚାଇ ପାରିବେ ସେ ଉପରେ ଉପସ୍ଥିତ ଅତିଥିମାନେ ଅଗ୍ରାଧିକାର ଦେଇଥିଲେ । କାର୍ଯ୍ୟକ୍ରମରେ ବିଭିନ୍ନ ପୁଷ୍ଟିଶସ୍ୟ ଉତ୍ପାଦର ପ୍ରଦର୍ଶନୀ, ଫଟୋ ପ୍ରଦର୍ଶନୀ ଏବଂ ଖାଦ୍ୟ ମେଳାର ଆୟୋଜନ କରାଯାଇଥିଲା । ପରିଶେଷରେ ବିଭିନ୍ନ କୃତୀ ଛାତ୍ର ଛାତ୍ରୀ, ସଫଳ କୃଷକ ଏବଂ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଡ. ପରେଶ କୁମାର ପଣ୍ଡା ସଂଯୋଜନା କରିଥିବା ବେଳେ, ଶ୍ରୀ ନିହାର ରଞ୍ଜନ ପୃଷ୍ଟି, ଗୋଷ୍ଠୀ କୃଷି ଅଧିକାରୀ, ନୂଆଗାଁ ଉତ୍ତମ ରୂପେ ମଞ୍ଚ ପରିଚାଳନା କରିଥିଲେ । ପରିଶେଷରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀଯୁକ୍ତ ପ୍ରଦୀପ୍ତ କୁମାର ସେନାପତି ଧନ୍ୟବାଦ ଜ୍ଞାପନ କରିଥିଲେ।
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।

Leave a Reply

Your email address will not be published. Required fields are marked *