December 22, 2024
Home » ନୟାଗଡ ଜିଲ୍ଲା ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲ ଅନୁଷ୍ଠିତ ୪୫୪୭ ଟି ମାମଲା ସମାଧାନ ।

ନୟାଗଡ ଜିଲ୍ଲା ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲ ଅନୁଷ୍ଠିତ ୪୫୪୭ ଟି ମାମଲା ସମାଧାନ ।

0

filter: 0; fileterIntensity: 0.0; filterMask: 0; module: photo; hw-remosaic: false; touch: (-1.0, -1.0); modeInfo: ; sceneMode: 8; cct_value: 5125; AI_Scene: (-1, -1); aec_lux: 242.90823; aec_lux_index: 0; hist255: 0.0; hist252~255: 0.0; hist0~15: 0.0; albedo: ; confidence: ; motionLevel: 0; weatherinfo: null; temperature: 38;

ନୟାଗଡ଼ ତା ୧୪.୧୨.୨୦୨୪ ରିଖ ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୫ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ୩୯,୪୦,୦୦୦ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ସେହିପରି ୧୪୬ ଦେୱାନି ମାମଲା ଫଇସଲା କରାଯାଇଥିଲା। ଏନ. ଆଇ. ଆକ୍ଟ କେସ ୧୭ ଟି ଫଇସଲା କରାଯାଇ ୧୫୧୨୪୦୫ ଟଙ୍କା ଆଦାୟ କରଯାଇଥିଲା ଏବଂ ବିବାହଜନିତ ୧୬ଟି ମାମଲା ଫଇସଲା କରାଯାଇଥିଲା । ଅନ୍ଯାନ୍ଯ ଫୌଜଦାରୀ ୨୪୫ଟି ମାମଲା ଫଇସଲା କରଯାଇଥିଲା । ବ୍ଯାଙ୍କରୁ ଋଣ ନେଇ ଋଣ ପରିଶୋଧ କରିନଥିବା ୧୦୯ ଜଣ ଋଣ ଗ୍ରହିତାଙ୍କଠାରୁ ୩୬୨୩୬୨୧ ଟଙ୍କା ଦେବା ପାଇଁ ରାଜିନାମା ସ୍ବାକ୍ଷରିତ କରାଯାଇଥିଲା ।

filter: 0; fileterIntensity: 0.0; filterMask: 0; module: video;
hw-remosaic: false;
touch: (-1.0, -1.0);
modeInfo: Beauty ;
sceneMode: 0;
cct_value: 5125;
AI_Scene: (-1, -1);
aec_lux: 260.6517;
aec_lux_index: 0;
hist255: 0.0;
hist252~255: 0.0;
hist0~15: 0.0;
albedo: ;
confidence: ;
motionLevel: 0;
weatherinfo: null;
temperature: 42;

ସେହିପରି ୪୦୭୬ଟି ରାଜସ୍ୱ ମାମଲା ଫଇସଲା କରାଯାଇ ୯୨୦୮୪୪ ଟଙ୍କା ଆଦାୟ କରଯାଇଥିଲା ଏବଂ ଅନ୍ଯାନ୍ଯ ଦେୱାନି ୭୯ ଟି ମାମଲାର ଫଇସଲା ହୋଇଥିଲା । ଏହି ଲୋକ ଅଦାଲତରେ ଜିଲ୍ଲା ଓ ଦୌରା ଜଜ ଆନନ୍ଦ ନାରାୟଣ ମହାରଣା, ପରିବାର ଅଦାଲତ ବିଚାରପତି ସୁବ୍ରତ କୁମାର ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ରିଜା ରାୟ , ବରିଷ୍ଠ ଦେୱାନି ଅଦାଲତ ବିଚାରପତି ସତ୍ୟବ୍ରତ ରଣା , ବରିଷ୍ଠ ଦେୱାନି ଅଦାଲତ ବିଚାରପତି(ଏଲ ଆର ଆଣ୍ଡ ଏଲ ଟିଭି ) ରବି ନାରାୟଣ ବେହେରା, ଉପଖଣ୍ଡ ଫୌଜଦାରୀ ବିଚାରପତି ସୋନାଲୀ ସରିତା ଉପସ୍ଥିତ ରହି ନିଜ ନିଜ ଅଦାଲତ ପରିଚାଳନା କରିଥିବା ବେଳେ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶୃତିସ୍ନିଗ୍ଧା ଦାସ , ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଅଞ୍ଜଳି ମଚ୍ଛଖଣ୍ଡ, ବରିଷ୍ଠ ଦେୱାନି ବିଚାରପତି ତଥା ସହକାରୀ ଦୌରାଜଜ ( ମହିଳା ଅଦାଲତ) ସ୍ଵୟଂ ପ୍ରଭା ଆଚାର୍ୟ ଏବଂ ସିଭିଲ କୋର୍ଟ ରେଜିଷ୍ଟ୍ରାର ଡଃ ନିଶାକର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଲୋକ ଅଦାଲତକୁ ସଫଳ କରିବା ପାଇଁ ସମସ୍ତ ନ୍ୟାୟ ଅଧିକାର ମିତ୍ର, ଅଧିବକ୍ତା ଦଣ୍ଡପାଣି ସ୍ଵାଇଁ, ରମେଶ ଚନ୍ଦ୍ର ମହାରଣା, କାମାକ୍ଷା ପ୍ରସାଦ ଦାଶ, ସଦସ୍ୟ ମହମଦ ଓମାର ମାଲ୍ଲିକ ,ପ୍ରଫୁଲ୍ଲ କୁମାର ବେହେରା ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ ।

ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।

Leave a Reply

Your email address will not be published. Required fields are marked *

You may have missed