August 20, 2026
Home » ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଆଲୋଚନା ଚକ୍ର              

ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଆଲୋଚନା ଚକ୍ର              

0
1001093545
 ‘ମୋ ସ୍ବପ୍ନର ନୟାଗଡ଼’
ନୟାଗଡ଼ : (ଇପିଏ ) ନୟାଗଡ଼ ଜିଲ୍ଲାର ସାମଗ୍ରିକ ବିକାଶ ଓ ପ୍ରଗତି ପାଇଁ ଏକ ସକାରାତ୍ମକ ପ୍ରୟାସ ଆରମ୍ଭ କରିଛି ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘ। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ କେସି କ୍ଳବ ସଭାଗୃହଠାରେ ସଂଘ ପକ୍ଷରୁ ‘ମୋ ସ୍ୱପ୍ନର ନୟାଗଡ଼’ ଶୀର୍ଷକ ନୟାଗଡ ପ୍ରେମୀ, ବୁଦ୍ଧିଜୀବୀ ମାନଙ୍କୁ ନେଇ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାର ବିଭିନ୍ନ ବ୍ଳକରୁ ଜନସାଧାରଣ ଓ ବିଶିଷ୍ଟ ବ୍ୟକ୍ତିମାନେ ସାମିଲ ହୋଇ ଜିଲ୍ଲାର ଅଭିବୃଦ୍ଧି ପାଇଁ ନିଜ ନିଜର ମୂଲ୍ୟବାନ ମତାମତ ଉପସ୍ଥାପନ କରିଥିଲେ। ଆଲୋଚନା ସମୟରେ ଉପସ୍ଥିତ ବ୍ୟକ୍ତିମାନେ ନୟାଗଡ଼ ଜିଲ୍ଲାର ପ୍ରମୁଖ ସମସ୍ୟା, ଯେପରିକି ପିଇବା ପାଣି, ସ୍ୱାସ୍ଥ୍ୟ, କୃଷି, ଶିକ୍ଷା, ଶିଳ୍ପ, ଜଳସେଚନ ଓ ପର୍ଯ୍ୟଟନର ବିକାଶ ଉପରେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ।

ବିଶେଷ କରି ଦୀର୍ଘ ଦିନ ହେବ ବନ୍ଦ ହୋଇ ପଡ଼ିରହିଥିବା ନୟାଗଡ଼ ଚିନିକଳକୁ ପୁନଃ ଚାଲୁ କରିବା, ପଦ୍ମାବତୀ ଠାରେ ମହାନଦୀ ଉପରେ ବ୍ୟାରେଜ୍‌ ନିର୍ମାଣ ଏବଂ ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ ଯଥା ଶୀଘ୍ର ସମ୍ପୂର୍ଣ୍ଣ କରି କୃଷି ଓ ପିଇବା ପାଣିର ସମସ୍ୟା ଦୂର କରିବା,କଣ୍ଟିଲୋ ଏବଂ ଖଣ୍ଡପଡାକୁ ରେଳପଥ ନିର୍ମାଣ ଆରମ୍ଭ କରିବା, ଜିଲ୍ଲାରେ ପର୍ଯ୍ୟାପ୍ତ ବାଉଁଶ ଜଙ୍ଗଲ ଥିବାରୁ ଏକ କାଗଜ କଳ ସ୍ଥାପନ କରିବା, ଏବଂ ନୟାଗଡ଼ରେ ଏକ ସରକାରୀ ଭେଷେଜ ମେଡିକାଲ କଲେଜ ପ୍ରତିଷ୍ଠା, ନୟାଗଡ ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟରେ ପରିଣତ କରିବା, ଲ କଲେଜ୍ ପ୍ରତିଷ୍ଠା କରିବା ପାଇଁ ବୈଠକରେ ଦୃଢ଼ ଦାବି ହୋଇଥିଲା। ଶିକ୍ଷା କ୍ଷେତ୍ରରେ ସଂସ୍କାର ଆଣିବା ପାଇଁ ବିଭିନ୍ନ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକରେ ତୁରନ୍ତ ଆବଶ୍ୟକ ସଂଖ୍ୟକ ଶିକ୍ଷକ ନିଯୁକ୍ତି ଦେବା ସହ ଜିଲ୍ଲାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ବିକାଶ ଓ ସେଗୁଡ଼ିକୁ ସରକାରୀ ସ୍ତରରେ ବିଧିବଦ୍ଧ ମାନ୍ୟତା ପ୍ରଦାନ କରିବାକୁ ମଧ୍ୟ ସଦସ୍ୟମାନେ ମତ ପୋଷଣ କରିଥିଲେ।

 ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘର ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୌର ପରିଷଦ ଉପାଧ୍ୟକ୍ଷ ଗୁରୁ ପ୍ରସାଦ ଜେନା, ବିଶିଷ୍ଟ ଆଇନଜୀବୀ ପ୍ରତାପ ନନ୍ଦ, ଓକିଲ ସଂଘର ପୂର୍ବତନ ସଭାପତି ଅମୀୟ ପଟ୍ଟନାୟକ, ବିଜେପି ନେତା ସନ୍ତୋଷ ପ୍ରଧାନ, ଚନ୍ଦ୍ରବିଜୟୀ ମିଶ୍ର, କମ୍ରେଡ ବିଶ୍ୱନାଥ ମହାପାତ୍ର, ଶାନ୍ତନୁ ବିଶୋଇ, ଅବସରପ୍ରାପ୍ତ ଅଧ୍ୟକ୍ଷ ଉମର ମାଲିକ, କଂଗ୍ରେସ ନେତା ମନୋଜ କୁମାର ସାହୁ, ଶେଖ ଅବଦୁଲ ଆହାଦ, ସମାଜସେବୀ ଅରୁଣ କୁମାର ମହାନ୍ତି, ବସନ୍ତ କର, ସୁରେଶ ସ୍ୱାଇଁ, ଏମ. ଆଉରେଙ୍ଗଜେବ ଓ ମନୋଜ ମିଶ୍ର, ପ୍ରମୁଖ ଯୋଗଦେଇ ନିଜ ନିଜର ପ୍ରସ୍ତାବ ରଖିଥିଲେ।

       ପ୍ରାରମ୍ଭରେ ସାମ୍ବାଦିକ ସଂଘର ସମ୍ପାଦକ ସୁବାସ ମହାପାତ୍ର ଏହି ଆଲୋଚନା ଚକ୍ରର ଆଭିମୁଖ୍ୟ ସମ୍ପର୍କରେ ସୂଚନା ପ୍ରଦାନ କରିଥିବା ବେଳେ କାର୍ଯ୍ୟକାରୀ ସଭାପତି ନିଶିକାନ୍ତ ରଥ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ଓ ବକ୍ତବ୍ୟରେ କହିଥିଲେ “ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘ” ନୟାଗଡ ଜିଲ୍ଲାର ଉନ୍ନତିର ସ୍ବପ୍ନକୁ ସାକାର କରିବାରେ ସର୍ବଦା ଚେଷ୍ଟିତ ରହିଛି ରହିବ ମଧ୍ୟ । ଏହି ମହତ କାର୍ଯ୍ୟକ୍ରମକୁ ସଫଳ କରିବାରେ ଜିଲ୍ଲା ସାମ୍ବାଦିକ ସଂଘର ସଦସ୍ୟ ଲୋକନାଥ ମିଶ୍ର, ପୁରୁଷୋତ୍ତମ ମହାପାତ୍ର, ଗୋକୁଳ କୁମାର ଷଡ଼ଙ୍ଗୀ, ପ୍ରଭାସିନୀ  ନନ୍ଦ, ଜିତୁନ ମହାପାତ୍ର, ଦୀପକ ଦାସ, ସୁଧାକର ମିଶ୍ର, ବିକ୍ରମ ସ୍ୱାଇଁ, ଭିକାରି ଦାସ, ବିଭୁତି ପଟ୍ଟନାୟକ, ଉମାକାନ୍ତ ମିଶ୍ର, ରସାନନ୍ଦ ସ୍ୱାଇଁ ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ ।
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed