August 20, 2026
Home » ପଲସାଗୋରା ଗ୍ରାମ ପଞ୍ଚାୟତରେ ବୌଦ୍ଧ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ପଲସାଗୋରା ଗ୍ରାମ ପଞ୍ଚାୟତରେ ବୌଦ୍ଧ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
WhatsApp Image 2026-05-25 at 1.48.57 PM (1)

ଯୁଦ୍ଧକାଳୀନ ଭିତ୍ତିରେ ପାନୀୟ ଜଳ ସମସ୍ୟା ସମାଧାନ ପାଇଁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ l

ସୁବର୍ଣ୍ଣପୁର :ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲସାଗୋରା ଗ୍ରାମ ପଞ୍ଚାୟତ ସଭା ଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକଙ୍କ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ. ମହେନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ l ଆଜିର ଶିବିରରେ ୫୨ ଗୋଟି ବ୍ୟକ୍ତିଗତ ଓ ୦୮ଟି ଗୋଷ୍ଠିଗତ ଏଭଳି ମୋଟ ୬୦ ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ । ୨୩ ଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା l ଅନ୍ୟାନ୍ୟ ଅଭିଯୋଗ ଉପରେ ଶୀଘ୍ର ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ସେହିପରି ୧୦ ଜଣ ଅସହାୟ ବୃଦ୍ଧ ବୃଦ୍ଧା ଏବଂ ବିଧବା ମାନଙ୍କୁ ନୂତନ ମାସିକ ଭତ୍ତା କାର୍ଡ ଓ ନଗଦ ଅର୍ଥ ପ୍ରଦାନ କରିଥିଲେ।ଦୁଇ ଜଣ ଦିବ୍ୟାଙ୍ଗଙ୍କୁ ତିନି ଚକିଆ ସାଇକେଲ ପ୍ରଦାନ କରାଯାଇଥିଲା l

ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଯୁଦ୍ଧକାଳୀନ ଭିତ୍ତିରେ ସମସ୍ତ ଗ୍ରାମ, ସହର, ବସତି ମାନଙ୍କ ରେ ପାନୀୟ ଜଳ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ l ଏହାସହିତ ସମର୍ପିତ ଭାବରେ ଜନସାଧାରଣଙ୍କୁ ସମସ୍ତ ମୌଳିକ ସେବା ଯୋଗାଇ ଦେବା ପାଇଁ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ଅଧିକାରୀ ମାନଙ୍କୁ ଆହ୍ବାନ ଦେଇଥିଲେ l କଣ୍ଟାମାଳ ବିଡ଼ିଓ ସାମ୍ମୀ ରେଡ୍ଡୀ ଜୟଶ୍ରୀ, ତହସିଲଦାର ଶ୍ଵେତାପଦ୍ମା ଯୋଶୀ, ଆସିଷ୍ଟାଣ୍ଟ କଲେକ୍ଟର ଜ୍ୟୋତି ରଞ୍ଜନ ଭୋଇ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ,ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଓ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed