November 18, 2025
Home » ପାପଡାହାଣ୍ଡିଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ପାପଡାହାଣ୍ଡିଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

0
WhatsApp Image 2024-11-19 at 2.40.22 PM

ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକସ୍ଥିତ ପଞ୍ଚାୟତ ସମ୍ମିଳନୀ ଗୃହରେ ତା୧୮.୧୧.୨୦୨୪ ରିଖ ଆଜି ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସିଡିଓ ,ଜିଲ୍ଲା ପରିଷଦ ଶ୍ରୀ ବିରଞ୍ଚି ନାରାୟଣ ଦରୱାନ, ନବରଙ୍ଗପୁର ଉପଜିଲ୍ଲାପାଳ ଶ୍ରୀ ପ୍ରକାଶ ମିଶ୍ର , ବ୍ଲକ ଅଧ୍ୟକ୍ଷା ହେମଲତା ମାଝୀ,ଉପାଧ୍ୟକ୍ଷ ସୁଶାନ୍ତ ବେହେରା , ବିଡିଓ କପିଲ ଦେବ ସାହୁଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୪୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ଦ୍ଵାରା ୨ ଜଣଙ୍କୁ ହୂଇଲ ଚେୟାର,୧ ଜଣଙ୍କୁ ଟ୍ରାଇ ସାଇକଲ,୭୫ ଜଣଙ୍କୁ ମଧୁବାବୁ ପେନସନ ଯୋଜନାରେ ଅନ୍ତର୍ଭୁକ୍ତ ସହାୟତା କାର୍ଡ ଜିଲ୍ଲାପାଳଙ୍କ ଦ୍ଵାରା ବଣ୍ଟନ କରାଯାଇଥିଲା।

ରିପୋର୍ଟ: ନବରଙ୍ଗପୁର ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *