August 22, 2026
Home » ପାରାଦୀପ ଠାରୁ ୫୬୦ କିଲୋମିଟର ରହିଛି ବାତ୍ୟା

ପାରାଦୀପ ଠାରୁ ୫୬୦ କିଲୋମିଟର ରହିଛି ବାତ୍ୟା

0
WhatsApp Image 2024-10-23 at 4.23.24 PM

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ଦାନା’ । ପାରାଦୀପ ଠାରୁ ୫୬୦ କିଲୋମିଟର ରହିଛି ବାତ୍ୟା। ସମ୍ଭାବ୍ୟ ବାତ୍ୟା ‘ଦାନା’ ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବାବେଳେ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦେଉଛନ୍ତି ଓଡ଼ିଶା ଓ ପଶ୍ଚିମବଙ୍ଗ ସରକାର। ଏହା ଓଡ଼ିଶାର ପୁରୀରୁ ପଶ୍ଚିମବଙ୍ଗର ସାଗର ଦୀପ ମଧ୍ୟରେ ଅତିକ୍ରମ କରିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଏହି ସମୟରେ ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପୂର୍ବରୁ ପୁରୀ ଛାଡ଼ିବାକୁ ପର୍ଯ୍ୟଟକଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଏବେ ପଶ୍ଚିମବଙ୍ଗ ସରକାର ବି ସମାନ ନୀତି ଆପଣାଇଛନ୍ତି।

ତୁରନ୍ତ ଦୀଘା ଛାଡ଼ିବାକୁ ପଶ୍ଚିମବଙ୍ଗ ସରକାର ପର୍ଯ୍ୟଟକମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଦିନ ୧୨ଟା ସୁଦ୍ଧା ଦୀଘା ଛାଡ଼ିବାକୁ ନିର୍ଦ୍ଦେଶ ଦେଇଛି ବଙ୍ଗଳା ପ୍ରଶାସନ। ଏଥିସହ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଦୀଘାର କୌଣସି ହୋଟେଲ ନୂଆ ବୁକିଂ କରିପାରିବେନି ବୋଲି ବି କୁହାଯାଇଛି। ପଶ୍ଚିମବଙ୍ଗ ସରକାରଙ୍କ ଏହି ନିର୍ଦ୍ଦେଶ ପରେ ପର୍ଯ୍ୟଟକମାନେ ହୋଟେଲ ଖାଲି କରୁଥିବା ଓ ଦୀଘା ଛାଡ଼ୁଥିବା ଦେଖିବାକୁ ମିଳିଛି। ଓଡ଼ିଶା ସୀମାନ୍ତ ଦୀଘା ବେଳାଭୂମି ବୁଲିବାକୁ ଆସିଥିବା ପର୍ଯ୍ୟଟକଙ୍କ ନିମନ୍ତେ ଏପରି ନିର୍ଦ୍ଦେଶ ଜାରି କରାଯାଇଛି । ସମ୍ଭାବ୍ୟ ବାତ୍ୟା ଆସନ୍ତାକାଲି ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ବୋଲି ଆକଳନ କରାଯାଇଛି।

ଅନ୍ୟପଟେ ପାରାଦୀପ ଠାରୁ ୫୬୦ କିଲୋମିଟର ରହିଛି ବାତ୍ୟା। ସାଗର ଦ୍ଵୀପଠାରୁ ୬୩୦ କିଲୋମିଟର, ଖେପୁପଡାରୁ ୬୬୦ କିଲୋମିଟର ଦକ୍ଷିଣରେ ବାତ୍ୟା ରହିଛି। ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଏହା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତାକାଲି ସକାଳ ସୁଦ୍ଧା ପହଞ୍ଚିବ। ଏନେଇ ଭୁବନେଶ୍ଵର ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ପୁରୀ ଓ ସାଗର ଦ୍ଵୀପରେ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳେ ପ୍ରବେଶ କରିବ। ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ। ପବନର ଗତି ରହିବ ୧୦୦ରୁ ୧୧୦ କିଲୋମିଟର। ଝଟକା ପବନର ବେଗ ରହିବ ୧୨୦ କିଲୋମିଟର। ସମୁଦ୍ରରେ ଜୁଆର ରହିବ। ସମୁଦ୍ର ଭିତରକୁ ମତ୍ସ୍ୟଜୀବୀ ଯିବା ପାଇଁ ବାରଣ କରାଯାଇଛି।

ଇପିଏରୁ ବିରଞ୍ଚିନାରାୟଣ ପତ୍ରୀ ଙ୍କ ରିପୋର୍ଟ, ଇଷ୍ଟଣ୍ଣ ପ୍ରେସ ଏଜେନ୍ସି, ଭୁବନେଶ୍ୱର

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।