ପିସିସି ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ୱର:ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ପବିତ୍ର ଜୟନ୍ତୀ ଉତ୍ସବ ଭୁବନେଶ୍ୱର କଂଗ୍ରେସ ଭବନ ଠାରେ ପାଳିତ ହୋଇଛି । ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ କଂଗ୍ରେସ ନେତୃବୃନ୍ଦ ଭୁବନେଶ୍ୱର ଗୋପବନ୍ଧୁ ଛକଠାରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ କଂଗ୍ରେସ ଭବନ କାର୍ଯ୍ୟାଳୟରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ସମୀର କୁମାର ରାଉତରାୟ, ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ପ୍ରକାଶ ଜେନା, ଅରବିନ୍ଦ ଦାସ, ମନୋରଞ୍ଜନ ଦାଶ, ଅମିୟ ପଟ୍ଟନାୟକ, ପ୍ରକାଶ ମିଶ୍ର, ମିହିର ଆଚାର୍ଯ୍ୟ, ରସିକ ପଟ୍ଟନାୟକ, ଲିଙ୍ଗରାଜ ସାହୁ, ଭାସ୍କର ସେଠୀ, ମନୋରଞ୍ଜନ ରାଉତରାୟ, ଜୟସ୍ମିତା ମହାନ୍ତି, ପ୍ରଭାତ ପ୍ରତାପ ସିଂ ପ୍ରମୁଖ ଉପସ୍ଥିତ ଥିଲେ ।
