February 2, 2026
Home » ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା

ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା

0
WhatsApp Image 2026-02-02 at 12.51.44 PM

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଆଜି ପୁରୀରେ କେନ୍ଦ୍ରାଞ୍ଚଳ ଆଇଜି ସତ୍ୟଜିତ୍ ନାୟକ ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥାକୁ ନେଇ ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରେ ବରିଷ୍ଠ ପୋଲିସ ଅଧିକାରୀ ମାନେ ଉପସ୍ଥିତ ଥିଲେ। ରାଷ୍ଟ୍ରପତିଙ୍କ କାର୍କେଡ କିଭଳି ଗନ୍ତବ୍ୟ ସ୍ଥଳରେ ପହଞ୍ଚିବ ଏବଂ ରାସ୍ତାରେ କିଭଳି ସୁରକ୍ଷା ବ୍ୟବସ୍ଥା ରହିବ ସେ ନେଇ ସମୀକ୍ଷା କରିଥିଲେ ଆଇଜି ଶ୍ରୀ ନାୟକ । ରାଷ୍ଟ୍ରପତିଙ୍କ ଯାତାୟତ ସମୟରେ ରୁଟ୍ ଗୁଡିକରେ କରାଯିବ ନୋ ଭେଇକିଲ ଜୋନ୍। ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ଜଣେ ଏଡିଜି ରାଙ୍କର ଅଫିସର ସହିତ ୩୦ ପ୍ଲାଟୁନ ପୋଲିସ ଫୋର୍ସ ଓ ୬ ଜଣ କମାଣ୍ଡାଣ୍ଟ ମୁତୟନ ରହିବେ। ବ୍ଲୁ ବୁକ୍ ଅନୁସାରେ ସମସ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ତ୍ରୁଟିଶୂନ୍ୟ କରିବା ପାଇଁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।

 

ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

Leave a Reply

Your email address will not be published. Required fields are marked *