August 20, 2026
Home » ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା

ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା

0
WhatsApp Image 2026-07-06 at 10.20.46 PM

ଆଗାମୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଏବଂ ଏଥିପାଇଁ ପୁରୀକୁ ଆସିବାକୁ ଥିବା ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର ଆଜି ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ଏକ ବ୍ୟାପକ ସମୀକ୍ଷା କରିବା ସହ ସହରରେ ନିର୍ମାଣାଧୀନ ନୂତନ ୪୨ ଏମଏଲଡି ଜଳ ବିଶୋଧନ ପ୍ଲାଣ୍ଟର କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି ।

ଉତ୍ସବ ସମୟରେ ନିରବଚ୍ଛିନ୍ନ ଭାବେ ସୁରକ୍ଷିତ ଓ ସ୍ୱଚ୍ଛ ପାନୀୟ ଜଳର ଉପଲବ୍ଧତା ସୁନିଶ୍ଚିତ କରିବା ଏବଂ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ପ୍ରସ୍ତୁତିର ଆକଳନ କରିବା ପାଇଁ ମନ୍ତ୍ରୀ ଡଃ ମହାପାତ୍ର ବରିଷ୍ଠ ଅଧିକାରୀମାନଙ୍କ ସହ ଏକ ସମୀକ୍ଷା ବୈଠକ କରିଥିଲେ ।
ଏହି ବୈଠକରେ ୱାଟକୋର ପରିଚାଳନା ନିର୍ଦ୍ଦେଶକ ଦେବବ୍ରତ ମହାନ୍ତି, ବିଭାଗୀୟ ବରିଷ୍ଠ ଅଧିକାରୀ, ଯନ୍ତ୍ରୀ ଓ ପ୍ରକଳ୍ପ ଅଧିକାରୀମାନେ ଉପସ୍ଥିତ ଥିଲେ ଏବଂ ରଥଯାତ୍ରା ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ଓ ସ୍ୱତନ୍ତ୍ର ବ୍ୟବସ୍ଥା ବିଷୟରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ।

କ୍ଷେତ୍ର ପରିଦର୍ଶନ ସମୟରେ ଡଃ ମହାପାତ୍ର ୪୨ ଏମଏଲଡି ଜଳ ବିଶୋଧନ ପ୍ଲାଣ୍ଟର ପ୍ରମୁଖ ଅଂଶ ଯେପରିକି କ୍ଲାରିଫାୟର୍, ଫିଲ୍ଟ୍ରେସନ୍ ୟୁନିଟ୍, ଯନ୍ତ୍ରପାତି ସ୍ଥାପନ ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ଭିତ୍ତିଭୂମିର ଅଗ୍ରଗତି ପରିଦର୍ଶନ କରିଥିଲେ । ପୁରୀ ସହରର ବର୍ତ୍ତମାନ ଓ ଭବିଷ୍ୟତର ଜଳ ଆବଶ୍ୟକତା ପୂରଣ ଦିଗରେ ଏହି ପ୍ରକଳ୍ପର ଗୁରୁତ୍ୱ ଉପରେ ଆଲୋକପାତ କରି ସେ କାର୍ଯ୍ୟକାରୀ ସଂସ୍ଥାଗୁଡ଼ିକୁ ଗୁଣବତ୍ତା ବଜାୟ ରଖିବା ସହ କାମକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।”ରଥଯାତ୍ରା ସମୟରେ ପୁରୀର ଜନସଂଖ୍ୟା ବହୁଗୁଣିତ ହୋଇଯାଏ । ଶ୍ରଦ୍ଧାଳୁ ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ ନିରବଚ୍ଛିନ୍ନ ଭାବେ ସୁରକ୍ଷିତ ପାନୀୟ ଜଳ ଯୋଗାଇବା ଆମର ସର୍ବୋଚ୍ଚ ପ୍ରାଥମିକତା । ଯେକୌଣସି ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ସମସ୍ତ ସଂସ୍ଥା ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବା ଆବଶ୍ୟକ,” ବୋଲି ମନ୍ତ୍ରୀ ଡଃ ମହାପାତ୍ର କହିଛନ୍ତି ।

ଶ୍ରୀ ଜଗନ୍ନାଥ ମନ୍ଦିର ଚାରିପାଖ, ସେବାୟତ , /ତୀର୍ଥଯାତ୍ରୀଙ୍କ ରହଣି ସ୍ଥଳ, ଅସ୍ଥାୟୀ ଶିବିର ଏବଂ ସହରର ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡ଼ିକରେ ୨୪ ଘଣ୍ଟିଆ ଜଳ ଯୋଗାଣ ପାଇଁ କରାଯାଇଥିବା ବ୍ୟବସ୍ଥାର ସମୀକ୍ଷା ମନ୍ତ୍ରୀ ଡଃ ମହାପାତ୍ର କରିଥିଲେ । ଜଳ ଯୋଗାଣ ନେଟୱାର୍କର କ୍ରମାଗତ ନିରୀକ୍ଷଣ କରିବା ସହ ପାୱାର ବ୍ୟାକଅପ୍ ବ୍ୟବସ୍ଥା ଏବଂ ଜରୁରୀକାଳୀନ ପଦକ୍ଷେପ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରଖିବାକୁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏକ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ, ଜଳ ଯୋଗାଣରେ କୌଣସି ଅପ୍ରତ୍ୟାଶିତ ବାଧା ଦୂର କରିବା ପାଇଁ ୱାଟକୋ ପକ୍ଷରୁ ଭ୍ରାମ୍ୟମାଣ ପାଣି ଟାଙ୍କି, ଅସ୍ଥାୟୀ ଜଳ ବଣ୍ଟନ କେନ୍ଦ୍ର ଏବଂ ଜରୁରୀକାଳୀନ ପ୍ରତିକ୍ରିୟା ଦଳକୁ ପ୍ରସ୍ତୁତ ରଖାଯାଇଛି । ତୁରନ୍ତ ସେବା ଏବଂ ନିରବଚ୍ଛିନ୍ନ କାର୍ଯ୍ୟ ସୁନିଶ୍ଚିତ କରିବା ପାଇଁ ରଥଯାତ୍ରା ସମୟରେ ଏକ ସ୍ୱତନ୍ତ୍ର କଣ୍ଟ୍ରୋଲ ରୁମ୍ ୨୪ ଘଣ୍ଟା କାର୍ଯ୍ୟ କରିବ।।
ମନ୍ତ୍ରୀ ଡଃ ମହାପାତ୍ର ଅଧିକାରୀ ଓ କାର୍ଯ୍ୟକାରୀ ସଂସ୍ଥାଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଏବଂ ଗୁଣବତ୍ତା ସହ କୌଣସି ପ୍ରକାରର ଆପୋଷ ବୁଝାମଣା ନକରି ଜଳ ବିଶୋଧନ ପ୍ଲାଣ୍ଟ ପ୍ରକଳ୍ପ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ନିର୍ଦ୍ଧାରିତ ମାନଦଣ୍ଡରୁ କୌଣସି ପ୍ରକାରର ଅବହେଳା କିମ୍ବା ବିଚ୍ୟୁତିକୁ ଗମ୍ଭୀରତାର ସହ ନିଆଯିବ ବୋଲି ସେ ଦୋହରାଇଛନ୍ତି ।
ରଥଯାତ୍ରା ସମୟରେ ଉନ୍ନତମାନର ସେବା ଯୋଗାଇଦେବା ପାଇଁ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇ ମନ୍ତ୍ରୀ କହିଛନ୍ତି ଯେ ସମସ୍ତ ଭକ୍ତ ଓ ବାସିନ୍ଦାଙ୍କ ପାଇଁ ସ୍ୱଚ୍ଛ ପାନୀୟ ଜଳର ନିରବଚ୍ଛିନ୍ନ ସୁବିଧା ସହ ଏକ ସୁରୁଖୁରୁ, ସୁରକ୍ଷିତ ଏବଂ ସୁସଂଗଠିତ ରଥଯାତ୍ରା ସୁନିଶ୍ଚିତ କରିବା ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଏବଂ ୱାଟକୋ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ।
…….

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed