September 18, 2026
Home » ପୁରୀ ସହରରେ ଖଜା ଗୋଦାମ ଉପରେ ପୋଲିସର ଚଢ଼ାଉ

ପୁରୀ ସହରରେ ଖଜା ଗୋଦାମ ଉପରେ ପୋଲିସର ଚଢ଼ାଉ

0
WhatsApp Image 2026-09-17 at 3.25.29 PM (1)

ପୁରୀ ସହରରେ ଖଜା ଗୋଦାମ ଉପରେ ପୋଲିସର ଚଢ଼ାଉ, ସିଟି ଡିଏସପିଙ୍କ ନେତୃତ୍ୱରେ ବିଭିନ୍ନ ସ୍ଥାନରେ ରେଡ୍ । ପୁରୀ ସହରର ବିଭିନ୍ନ ସ୍ଥାନରେ ଥିବା ଖଜା ଗୋଦାମ ଉପରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ସିଟି ଡିଏସପିଙ୍କ ନେତୃତ୍ୱରେ ଟାଉନ ପୋଲିସ, ଖାଦ୍ୟ ସୁରକ୍ଷା ବିଭାଗ ଏବଂ ଓଜନ ଓ ମାପ ବିଭାଗର ମିଳିତ ଟିମ୍ ଏହି ଚଢ଼ାଉ କରିଛନ୍ତି।

ଖବର ଅନୁଯାୟୀ, ଶ୍ରଦ୍ଧାଳୁମାନଙ୍କୁ ନିମ୍ନମାନର ଏବଂ ଭେଜାଲ ଖଜା ଅଧିକ ଦାମରେ ବିକ୍ରି କରାଯାଉଥିବା ନେଇ ବାରମ୍ବାର ଅଭିଯୋଗ ଆସୁଥିଲା। ଏହାପରେ ପୋଲିସ ପ୍ରଶାସନ ତରଫରୁ ଏହି ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଛି। ଶ୍ରୀକୃଷ୍ଣ ସିନେମା ଲେନ୍, ବଡ଼ଦାଣ୍ଡ, ସ୍ୱର୍ଗଦ୍ୱାର ଏବଂ ଆଖପାଖ ଅଞ୍ଚଳରେ ଥିବା ଅନେକ ଖଜା ଗୋଦାମ ଏବଂ କାରଖାନାରେ ଏହି ଚଢ଼ାଉ ଚାଲିଛି। ଏହି ଚଢ଼ାଉ ସମୟରେ ଖଜାର ଗୁଣବତ୍ତା, ଓଜନରେ ହେରଫେର, ପ୍ୟାକେଜିଂ ଏବଂ ଖାଦ୍ୟ ସୁରକ୍ଷା ଲାଇସେନ୍ସ ଯାଞ୍ଚ କରାଯାଉଛି। ଭେଜାଲ କିମ୍ବା ନିମ୍ନମାନର ଖଜା ଜବତ କରାଯିବା ସହ ଦୋଷୀ ବ୍ୟବସାୟୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସିଟି ଡିଏସପି ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *