August 20, 2026
Home » ପୃଥକ ପୃଥକ ତିନୋଟି ଘଟଣା ରେ 7 ଗିରଫ, ପିସ୍ତଲ, ଗଞ୍ଜେଇ, କାର ଓ କଫ ସିରଫ ଜବତ

ପୃଥକ ପୃଥକ ତିନୋଟି ଘଟଣା ରେ 7 ଗିରଫ, ପିସ୍ତଲ, ଗଞ୍ଜେଇ, କାର ଓ କଫ ସିରଫ ଜବତ

0
WhatsApp Image 2026-05-27 at 5.26.44 PM

ସୁବର୍ଣ୍ଣପୁର –ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ଓ ସୋନପୁର ପୋଲିସକୁ ମିଳିଛି ବଡ ସଫଳତା l ଜିଲ୍ଲାର ତିନିଗୋଟି ଭିନ୍ନ ଭିନ୍ନ ସ୍ଥାନରେ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ, କଫସିରଫ, ଟଙ୍କା ସହ ମୋବାଇଲ ଜବତ କରିଛି ପୋଲିସ l ଏ ନେଇ ବୀରମହାରାଜପୁର ପୋଲିସ କେଶ ନମ୍ବର 136/2026 U/s-20( b)(ii)(B)/21(b)/29NDPS Act /25Arms Act ରେ ମାମଲା ରୁଜୁ ହୋଇଛି ତିନି ଜଣଙ୍କୁ ଗିରଫ କରାଯାଇଛି l

ସେହିପରି ସୋନପୁର ପୋଲିସ କେଶ ନମ୍ବର 197/2026 U/s -20( b)(ii)( B)21( b)29NDPS Act /25 Arms Act ରେ ମାମଲା ରୁଜୁ ହୋଇ ଦୁଇଜଣଙ୍କୁ ଗିରଫ କରାଯାଇଥିବା ବେଳେ ଅନ୍ୟ ଏକ ସୋନପୁର ପୋଲିସ କେଶ ନମ୍ବର 198/2026 U/s-20( b)(ii)(c)/25/29 of NDPS Act 1985 ଆଧାର ରେ ମାମଲା ରୁଜୁ ହୋଇ ଦୁଇ ଅଭିଯୁକ୍ତ ଙ୍କୁ ଗିରଫ କରାଯାଇଛି l ଗତକାଲି ଖବର ପାଇ ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଦେଶରେ ଜିଲ୍ଲାର ବୀରମହାରାଜପୁର ଓ ସୋନପୁର ପୋଲିସ ଥାନା ର ଭିନ୍ନ ଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା l ଫଳରେ ଏହିସବୁ ସ୍ଥାନରୁ ମୋଟ 34 କେଜି ଗଞ୍ଜେଇ, 393 ବୋତଲ କଫସିରଫ, 4 ଲକ୍ଷ 64 ହଜାର ଟଙ୍କା ସହ ଦୁଇଟି ପିସ୍ତଲ, 5 ଟି ଜୀବନ୍ତ ଗୁଳି, ଦୁଇଟି କାର, ଦୁଇଟି ମୋଟରସାଇକେଲ ଓ 6 ଟି ମୋବାଇଲ ଜବତ କରିବା ସହ ମୋଟ 7 ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି l ଏ ନେଇ ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ମୁଖ୍ୟାଳୟ ଠାରେ ବୁଧବାର ଦିନ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed