ପ୍ରତାପପୁର ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

0 9

ସୁବର୍ଣ୍ଣପୁର :ସଦର୍ ବ୍ଲକ୍ ପ୍ରତାପପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍ଵଳ୍ପ ସଞ୍ଚୟ ପକ୍ଷ ପାଳନ ଅବସରରେ ସ୍ଵଳ୍ପ ସଞ୍ଚୟ ସଙ୍ଗଠନ ଏବଂ ଜିଲ୍ଲା ପ୍ରଶାସନ, ସୁବର୍ଣ୍ଣପୁର ଅନୁକୂଲ୍ୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସନ୍ତୋଷିନୀ ନନ୍ଦଙ୍କ ସଭାପତିତ୍ଵରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ସ୍ଵଳ୍ପ ସଞ୍ଚୟ ଅଧିକାରୀ ହରିଚରଣ ମିଶ୍ର ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ସ୍ଵଳ୍ପ ସଞ୍ଚୟର ଆବଶ୍ୟକତା ଓ କୌଶଳ ବିଷୟରେ ଆଲୋଚନା କରି ତତ୍‌ସମ୍ପର୍କିତ ପ୍ରଚାର ପତ୍ର ବଣ୍ଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସହକାରୀ ଶିକ୍ଷକ ତଥା ଯୁନିୟର୍ ରେଡ୍ କ୍ରସ୍‌ ପରାମର୍ଶଦାତା ଗୋପେଶ ପଣ୍ଡା ସଂଯୋଜନା କରିଥିଲେ । ପରେ ବିଦ୍ୟାଳୟ ପରିସରରେ ମୁଖ୍ୟ ଅତିଅତିଥିଙ୍କ ଦ୍ଵାରା ବୃକ୍ଷ ରୋପଣ କରାଯାଇଥିଲା । ଶିକ୍ଷକ ଅକ୍ଷୟ କୁମାର ଜେନା ଓ ଶିକ୍ଷୟିତ୍ରୀ ମହେନ୍ଦ୍ରୀ ପଣ୍ଡା କାର୍ଯକ୍ରମ ପରିଚାଳନାରେ ସହଯୋଗ କରିଥିବାବେଳେ ପୋଷ୍ଟାଲ୍‌ ଏଜେଣ୍ଟ ଗୋପାଳ ମେହେର, ପ୍ରେମାନନ୍ଦ ମିଶ୍ର, ସୂର୍ଯ୍ୟକାନ୍ତ ରାଉଳ , ସଞ୍ଜୟ ବାରିକ ପ୍ରମୁଖ ଉପସ୍ଥିତ ଥିଲେ ଓ ଶିକ୍ଷକ ଜୟରାମ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।

ସୁବର୍ଣ୍ଣପୁର ଇପିଏ ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )

Leave A Reply

Your email address will not be published.