April 18, 2026
Home » ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ପାଳିତ

ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ପାଳିତ

0
WhatsApp Image 2026-04-17 at 6.00.59 PM (1)
କଟକ : ମହାନ ଜନନେତା ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ଦ୍ୱାରା ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ଡଃ ଦିବ୍ୟଲୋଚନ ମହାନ୍ତ ବିଜୁ ପଟ୍ଟନାୟକ ଛକ ଓ ଯୋବ୍ରାସ୍ଥିତ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ଆନନ୍ଦ ଭବନ ବାସଭବନ ସଂଗ୍ରହାଳୟ ଯାଇ ସେଠାରେ ତାଙ୍କ ପୂର୍ଣ୍ଣାବୟାବ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସଂଗ୍ରହାଳୟରେ ବିଜୁ ବାବୁଙ୍କ ସମ୍ପର୍କିତ ପ୍ରଦର୍ଶିତ ଫଟୋଚିତ୍ର ବୁଲି ଦେଖିଥିଲେ।
ଏହି ଅବସରରେ କେନ୍ଦ୍ରାଞ୍ଚଳ ଉପ ନିର୍ଦ୍ଦେଶକ ତଥା ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଶ୍ରୀ ଭବାନୀ ଶଙ୍କର ଭୂୟାଁ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀମତୀ ଦୀପ୍ତି  ଚୌଧୁରୀ ଓ କାର୍ଯ୍ୟାଳୟର ଅନ୍ୟାନ୍ୟ ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।
cuttack ru lalita dash nka report epa news

Leave a Reply

Your email address will not be published. Required fields are marked *