August 21, 2026
Home » ଫେବୃଆରୀ 1 ତାରିଖ ରେ ମୁଖ୍ୟମନ୍ତ୍ରୀ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

ଫେବୃଆରୀ 1 ତାରିଖ ରେ ମୁଖ୍ୟମନ୍ତ୍ରୀ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

0
WhatsApp Image 2026-01-29 at 11.44.42 AM

ସୁବର୍ଣ୍ଣପୁର — ଫେବୃଆରୀ, 1 ତାରିଖ ରେ ମୁଖ୍ୟମନ୍ତ୍ରୀ ଦିନିକିଆ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ ରେ ଆସୁଥିବା ସୂଚନା ମିଳିଛି l ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ଖଲିଆପାଲି ର ସନ୍ଥ କବି ଭୀମଭୋଇ ଙ୍କ ସାଧନା ସିଦ୍ଧି ଓ ସମାଧିପୀଠରେ ଜାନୁଆରୀ 29 ତାରିଖ ରୁ ଫେବୃଆରୀ 2 ତାରିଖ ପର୍ଯ୍ୟନ୍ତ ପବିତ୍ର ମାଘମେଳା ଆରମ୍ଭ ହେଉଛି l ଫେବୃଆରୀ 1 ତାରିଖ ରେ ଓଡିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ପୀଠ କୁ ଦିନିକିଆ ଗସ୍ତ କରି ମାଘ ମେଳା ଉତ୍ସବ ରେ ଯୋଗ ଦେବେ l ଏ ସମ୍ପର୍କ ରେ ମୁଖ୍ୟମନ୍ତ୍ରୀ ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ କୁ ସୂଚନା ଦିଆଯାଇଛି l ଫେବୃଆରୀ 1

ତାରିଖ ଭୁବନେଶ୍ୱର ରୁ ମୁଖ୍ୟମନ୍ତ୍ରୀ ଏକ ସ୍ୱତନ୍ତ୍ର ହେଲିକେପଟର ଯୋଗେ ଆସି ପୂର୍ବାହ୍ନ 10 ଟାରେ ସୁବର୍ଣ୍ଣପୁର ସହର ରାମେଶ୍ୱର ସ୍ଥିତ ଅସ୍ଥାୟୀ ହେଲିପ୍ୟାଡ଼ ରେ ଅବତରଣ କରିବେ l ସେଠାରୁ ସିଧା ସର୍କିଟ ହାଉସ ଯିବେ l ପରେ ସହର ସ୍ଥିତ ଶ୍ରୀ ଶ୍ରୀ ବଡ଼ ଗୋପାଳଜୀ ମନ୍ଦିର କୁ ଯାଇ ଠାକୁର ଙ୍କୁ ଦର୍ଶନ କରିବେ l ପରେ ମୁଖ୍ୟମନ୍ତ୍ରୀ ସୋନପୁର ବ୍ଲକ ଖଲିଆପାଲି ସ୍ଥିତ ସନ୍ଥ କବି ଭୀମଭୋଇ ଙ୍କ ସମାଧି ପୀଠ କୁ ଯିବେ l ସେଠାରୁ ଫେରି ଅପରାହ୍ନ ରେ ରାମେଶ୍ୱର ଷ୍ଟାଡିଅମ ରେ ଆୟୋଜିତ ହୋଇଥିବା ଜିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ମେଳା କାର୍ଯ୍ୟକ୍ରମ ରେ ଯୋଗଦାନ କରିବେ l ଏ ନେଇ ଜିଲ୍ଲା ପ୍ରଶାସନ ଓ ମନ୍ଦିର ଟ୍ରଷ୍ଟ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ କେ କେ ହରିପ୍ରସାଦ, ଡିଆଇଭିଡି ଏସପି ବୈକୁଣ୍ଠନାଥ ବିହାରୀ ସେଠ, ଭାରପ୍ରାପ୍ତ ଏସଡିପିଓ ରେଣୁକା ସୁନା, ଲଛିପୁର ଥାନା ଅଧିକାରୀ ଯଯାତି କେଶରୀ ସାହୁ ଖଲିଆପାଲି ଗସ୍ତ କରି ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି l

 

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ….

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।