August 20, 2026
Home »  ବରଗଡ଼ରେ ଚିଠା ଭୋଟର ତାଲିକା ପ୍ରକାଶ:ଦାବି ଓ ଆପତ୍ତି ପାଇଁ ସମୟସୀମା ଅଗଷ୍ଟ ୪

 ବରଗଡ଼ରେ ଚିଠା ଭୋଟର ତାଲିକା ପ୍ରକାଶ:ଦାବି ଓ ଆପତ୍ତି ପାଇଁ ସମୟସୀମା ଅଗଷ୍ଟ ୪

0
WhatsApp Image 2026-07-06 at 2.48.43 PM

ବରଗଡ଼: ବରଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟା ଅନ୍ତର୍ଗତ ଚିଠା ନିର୍ବାଚନ ତାଲିକା ଆନୁଷ୍ଠାନିକ ଭାବେ ଆଜି ପ୍ରକାଶ ପାଇଛି। ଏହି ଉଦ୍ଦେଶ୍ୟରେ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ବରଗଡ଼ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚିଠା ଭୋଟର ତାଲିକା ଉନ୍ମୋଚନ କରିବା ସହ ଏହାକୁ ପ୍ରାଞ୍ଜଳ ଭାବରେ ଉପସ୍ଥାପନ କରିଥିଲେ। ଏଥିସହ ସେ ଆଗାମୀ ଦିନରେ ଅନୁଷ୍ଠିତ ହେବାକୁ ଥିବା ସ୍ୱତନ୍ତ୍ର ସଂଘନ ସଂଶୋଧନ ପ୍ରକ୍ରିୟାର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ବିଷୟରେ ଉପସ୍ଥିତ ସମସ୍ତ ସଦସ୍ୟଙ୍କୁ ସବିଶେଷ ସୂଚନା ପ୍ରଦାନ କରି ଅବଗତ କରାଇଥିଲେ। ସାଧାରଣ ଜନସାଧାରଣଙ୍କ ପାଇଁ ଦାବି ଓ ଆପତ୍ତି ଦାଖଲ କରିବାର ସମୟସୀମା ଆଜିଠୁ ଆରମ୍ଭ ହୋଇ ୪ ଅଗଷ୍ଟ ପର୍ଯ୍ୟନ୍ତ ଚାଲିବ।

ଏହି ଚିଠା ପ୍ରକାଶନ ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ମହେନ୍ଦ୍ର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ମଧୁଛନ୍ଦା ସାହୁ, ବରଗଡ଼ ଉପ-ଜିଲ୍ଲାପାଳ ପ୍ରସନ୍ନ ପାଣ୍ଡେ ଏବଂ ପଦ୍ମପୁର ଉପ-ଜିଲ୍ଲାପାଳ ହେମସାଗର ଭୋଇ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଏହାଛଡ଼ା ଡେପୁଟି କଲେକ୍ଟର ଶ୍ରୀମତୀ ସୂର୍ଯ୍ୟମଣି ଭୋଇ, ଏଚ୍.ଆର୍.ଏମ୍.ଏସ୍. (HRMS) ସଂଯୋଜକ ଶ୍ରୀକାନ୍ତ ତ୍ରିପାଠୀ ଏବଂ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନେ ଉପସ୍ଥିତ ରହି ଏହି ନିର୍ବାଚନ ପ୍ରକ୍ରିୟା ସମ୍ପର୍କରେ ନିଜ ନିଜର ମତାମତ ରଖିଥିଲେ।

ତଥ୍ଯ ଅନୁସାରେ ବରଗଡ଼ ଜିଲ୍ଲାର ସମୁଦାୟ ୫ଟି ନିର୍ବାଚନ ମଣ୍ଡଳୀରେ ମୋଟ ଭୋଟରଙ୍କ ସଂଖ୍ୟା ୧୧,୮୧,୨୮୧ ଥିଲା। ଏହି ସମସ୍ତ ଭୋଟରଙ୍କ କ୍ଷେତ୍ରରେ ୧୦୦ ପ୍ରତିଶତ ପଞ୍ଜୀକରଣ ଫର୍ମ ବଣ୍ଟନ ଶେଷ ହୋଇଥିବା ବେଳେ ସେଥିମଧ୍ୟରୁ ୯୩.୭୦ ପ୍ରତିଶତ ଅର୍ଥାତ୍ ୧୧,୦୬,୮୭୬ ଟିର ଡିଜିଟାଇଜେସନ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ଚିଠା ପ୍ରସ୍ତୁତ ହୋଇଛି।

ବୈଠକରେ ସୂଚନା ଦିଆଯାଇଛି ଯେ, ଏହି ସ୍ୱତନ୍ତ୍ର ସଂଶୋଧନ ଅବଧି ମଧ୍ୟରେ ସମସ୍ତ ଯୋଗ୍ୟ ନୂତନ ଭୋଟରଙ୍କ ନାମ ସାମିଲ କରିବା, ମୃତ କିମ୍ବା ସ୍ଥାନାନ୍ତରିତ ଭୋଟରଙ୍କ ନାମ ବାଦ୍ ଦେବା ଏବଂ ତାଲିକାରେ ଥିବା ଯେକୌଣସି ତ୍ରୁଟିର ସଂଶୋଧନ କରାଯାଇଛି। ପ୍ରକାଶିତ ଚିଠା ଭୋଟର ତାଲିକାକୁ ନେଇ କୌଣସି ଆପତ୍ତି କିମ୍ବା ଅଭିଯୋଗ ଥିଲେ, ଜନସାଧାରଣ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମ୍ପୃକ୍ତ ଫର୍ମ ଜରିଆରେ ଆବେଦନ କରିପାରିବେ ବୋଲି ଜିଲ୍ଲା ନିର୍ବାଚନ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।

ଇପିଏରୁ ବରଗଡ଼ ଜିଲ୍ଲା ପ୍ରତିନିଧି କ୍ଷମାନି ଧି ବଣ୍ଡୁକିଙ୍କ ରିପୋର୍ଟ.

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed